ରାଜ୍ୟରେ ଆଜି ୧୨୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସୁସ୍ଥ ହେବେ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।
ରାଜ୍ୟରେ ସୁସ୍ଥ ହୋଇଥିବା ୧୨୦ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୩ ଜଣ ସୁସ୍ଥ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୧୮ ଜଣ, ସୋନପୁର ରୁ ୧୩ ଜଣ ଓ ବାଲେଶ୍ୱର ରୁ ୧୨ ଜଣ ସୁସ୍ଥ ହୋଇଛନ୍ତି । ବଲାଙ୍ଗିର ଓ ଖୋର୍ଦ୍ଧା ଜିଲ୍ଲାରୁ ୦୮ ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ମୟୁରଭଞ୍ଜ ଜିଲ୍ଲାରୁ ୦୭ ଜଣ, କଟକ ରୁ ୦୪ ଜଣ ସୁସ୍ଥ । ଯାଜପୁର, ନୟାଗଡ ଓ ନୂଆପଡା ଜିଲ୍ଲାରୁ ୦୩ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ଢେଙ୍କାନାଳ, ପୁରୀ ଓ ରାୟଗଡା ଜିଲ୍ଲାରୁ ୦୨ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । କେନ୍ଦ୍ରାପଡା ଓ କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ରାଜ୍ୟରେ ମୋଟ୍ କରୋନା ସଂକ୍ରମଣରୁ ସୁସ୍ଥ ହେଇଥିବା ସଂଖ୍ୟା ୨,୫୯୪ କୁ ବୃଦ୍ଧି ହୋଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛନ୍ତି । ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୭୨୩ କୁ ବୃଦ୍ଧି ହୋଇଛି ଓ ମୃତ ସଂଖ୍ୟା ୧୦ ।
ଦେଶର କରୋନା ଖବର:
ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୩,୦୯,୬୦୬ କୁ ବୃଦ୍ଧି ହୋଇଛି । ୧,୪୬,୪୬୩ ଜଣ ଚିକିତ୍ସା ହେଉଛନ୍ତି, ୧,୫୪,୨୩୧ ଭଲ ହୋଇ ଘରକୁ ଫେରିଥିବା ବେଳେ ୮,୮୯୦ ଜଣଙ୍କର ମୃତ୍ୟୁ ହୋଇଛି । ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପଢିବା ପାଇଁ ତଳେ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ, ଏହି ପୋଷ୍ଟକୁ ଅଧିକ ଅଧିକ ସେୟାର କରନ୍ତୁ । ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପଢିବା ପାଇଁ ତଳେ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ, ଏହି ପୋଷ୍ଟକୁ ଅଧିକ ଅଧିକ ସେୟାର କରନ୍ତୁ ।