ରାଜ୍ୟରେ ଆଜି ୧୪୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ରାଜ୍ୟରେ ଆଜି ୧୪୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।, 140 corona recovered, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown

ରାଜ୍ୟରେ ଆଜି ୧୪୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜି ରାଜ୍ୟରେ ଆସିଲେ ୧୪୬ ଏବଂ ଗଲେ ୧୪୦ । ୧୪୦ କରୋନା ଆକ୍ରାନ୍ତ ସୁସ୍ଥ ହେବେ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ରାଜ୍ୟରେ ସୁସ୍ଥ ହୋଇଥିବା ୧୪୦ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ସର୍ବାଧିକ ୨୪ ଜଣ ସୁସ୍ଥ ହୋଇଛନ୍ତି । ଗଞ୍ଜାମ ଜିଲ୍ଲାରୁ ୨୨ ଜଣ ଓ ନୂଆପଡା ରୁ ୨୧ ଜଣ ସୁସ୍ଥ ହୋଇଛନ୍ତି । ଯାଜପୁର, ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାରୁ ୧୧ ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ସୁନ୍ଦରଗଡ ଜିଲ୍ଲାରୁ ୦୮ ଜଣ ସୁସ୍ଥ ହୋଇଥିବା ବେଳେ ବଲାଙ୍ଗିର ଓ ଭଦ୍ରକରୁ ୦୭ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୦୫ ଜଣ ସୁସ୍ଥ ହୋଇଛନ୍ତି । ବରଗଡ଼, କେନ୍ଦ୍ରାପଡା ଓ ସମ୍ବଲପୁର ଜିଲ୍ଲାରୁ ୦୩ ଜଣ ସୁସ୍ଥ ହୋଇଛନ୍ତି । ବାଲେଶ୍ୱର ଓ ପୁରୀ ଜିଲ୍ଲାରୁ ୦୨ ଜଣ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ରାଜ୍ୟରେ ମୋଟ୍ କରୋନା ଆରୋଗ୍ୟଙ୍କ ସଂଖ୍ୟା ୨,୧୩୩ ରେ ପହଁଚିଲା । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛନ୍ତି । ସକାଳେ ଆଜି ନୂଆ ୧୪୬ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩, ୧୪୦ କୁ ବୃଦ୍ଧି ହୋଇଛି ।

ଦେଶର କରୋନା ଖବର:

ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୨,୬୬,୦୨୬ କୁ ବୃଦ୍ଧି ହୋଇଛି । ୧,୨୯,୦୪୪ ଜଣ ଚିକିତ୍ସାଧୀନରେ ଅଛନ୍ତି ଏବଂ ୧,୨୯,୪୮୯ ଜଣ ଭଲ ହୋଇ ଘରକୁ ଫେରିଥିବା ବେଳେ ୭,୪୭୮ ଜଣଙ୍କର ମୃତ୍ୟୁ ହୋଇଛି । ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପଢିବା ପାଇଁ ତଳେ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ, ଏହି ପୋଷ୍ଟକୁ ଅଧିକ ଅଧିକ ସେୟାର କରନ୍ତୁ । ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପଢିବା ପାଇଁ ତଳେ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ, ଏହି ପୋଷ୍ଟକୁ ଅଧିକ ଅଧିକ ସେୟାର କରନ୍ତୁ ।

About admin

Blog sharing Information & Tips about Travelling Tips, Health Tips, Daily Living Life, Life Style, Trends and more to help people to Enjoy the beautiful Life.

View all posts by admin →

Leave a Reply

Your email address will not be published. Required fields are marked *