ରାଜ୍ୟରେ ଆଜି ୧୭୫ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ।

ରାଜ୍ୟରେ ଆଜି ୧୭୫ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ।, 175 corona positive found in odisha, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown

ରାଜ୍ୟରେ ଆଜି ୧୭୫ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । ଆଜି ଦେଶରେ ୨୪ ଘଣ୍ଟାରେ ୨୦୦୦ ରୁ ଅଧିକ କରୋନା ମୃତ୍ୟୁ ହୋଇସାରିଲାଣି ।

ନୂଆ କରୋନା ପଜିଟିଭ ମଧ୍ୟରୁ ୧୪୫ କ୍ଵାରେଣ୍ଟାଇନ୍‌ ସେଣ୍ଟରରୁ ଓ ୩୦ ଜଣ ଲୋକାଲ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । ଆଜି ନୂଆ ୧୭୫ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୩୩୮ କୁ ବୃଦ୍ଧି ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ ୧,୩୫୦, ସୁସ୍ଥ ହୋଇଛନ୍ତି ୨,୯୭୪ ଓ ମୃତ ସଂଖ୍ୟା ୧୧ ।

ରାଜ୍ୟରେ ଆଉ ୨୧ ଜଣ ଅଗ୍ନିଶମ କର୍ମଚାରୀ କରୋନା ଚିହ୍ନଟ । ପଶ୍ଚିମବଙ୍ଗ ଅମ୍ପନ ମୁକାବିଲା କରି ଫେରିଥିବା ୨୧ ଅଗ୍ନିଶମ କର୍ମଚାରୀ କରୋନା ଚିହ୍ନଟ ।

କେଉଁ ଜିଲାରୁ କେତେ ଚିହ୍ନଟ:

ଆଜି ୧୭୫ ନୂଆ କରୋନା ଆକ୍ରାନ୍ତ ମଧ୍ୟରୁ ଗଜପତି ଜିଲ୍ଲାରୁ ସର୍ବାଧିକ ୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ଖୋର୍ଦ୍ଧା ରୁ ୨୫ ଓ ପୁରୀ ଜିଲ୍ଲାରୁ ୧୮ ଜଣ କରୋନା ପଜିଟିଭ ଚିହ୍ନଟ । ବରଗଡ଼ ଜିଲ୍ଲାରୁ ୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଓ କନ୍ଧମାଳ ଜିଲ୍ଲାରୁ ୦୭ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ।

ରାଜ୍ୟରେ ଆଜି ୧୭୫ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ।, 175 corona positive found in odisha, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown

ବାଲେଶ୍ୱରରୁ ୦୬ ଜଣ ହୋଇଥିବା ବେଳେ ମୟୁରଭଞ୍ଜ ଓ ସୁନ୍ଦରଗଡ ଜିଲ୍ଲାରୁ ୦୫ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ । ନୂଆପଡା ରୁ ୦୪ ଜଣ, ବଲାଙ୍ଗିର ଓ କଟକ ଜିଲ୍ଲାରୁ ୦୩ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ । ଝାରସୁଗୁଡା, କେଦ୍ରାପଡା ଓ ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଦେଶର କରୋନା ଖବର:

ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୩,୫୪,୭୫୫ କୁ ବୃଦ୍ଧି ହେଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ ୧,୫୫,୨୩୭, ସୁସ୍ଥ ହୋଇଛନ୍ତି ୧,୮୭,୫୫୨ ଓ ୧୧,୯୨୨ ଜଣଙ୍କର ମୃତ୍ୟୁ ହୋଇଛି । ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପଢିବା ପାଇଁ ତଳେ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ, ଏହି ପୋଷ୍ଟକୁ ଅଧିକ ଅଧିକ ସେୟାର କରନ୍ତୁ ।

About admin

Blog sharing Information & Tips about Travelling Tips, Health Tips, Daily Living Life, Life Style, Trends and more to help people to Enjoy the beautiful Life.

View all posts by admin →

Leave a Reply

Your email address will not be published.