ରାଜ୍ୟରେ ଆଜି ପୁଣି ୨ ଜଣଙ୍କର ମୁଣ୍ଡ ନେଲା କରୋନା ଓ ୨୦୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ।

ରାଜ୍ୟରେ ଆଜି ପୁଣି ୨ ଜଣଙ୍କର ମୁଣ୍ଡ ନେଲା କରୋନା ଓ ୨୦୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ।

ରାଜ୍ୟରେ ପୁଣି ୨ ଜଣଙ୍କର ମୁଣ୍ଡ ନେଲା କରୋନା ଓ ୨୦୦ ରୁ ଅଧିକା କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭,୦୦୦ ଟପିଲା । ରାଜ୍ୟରେ ଆଜି ୨୦୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୫ କୁ ବୃଦ୍ଧି ହୋଇଛି । ଆଜି ୨୨ ଟି ଜିଲ୍ଲାରୁ ୨୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ।

୨୦୬ ନୂଆ କରୋନା ପଜିଟିଭ ମଧ୍ୟରୁ ୧୯୨ କ୍ଵାରେଣ୍ଟାଇନ୍‌ ସେଣ୍ଟରରୁ ଓ ୧୪ ଜଣ ଲୋକାଲ ଚିହ୍ନଟ ହୋଇଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । ଆଜିର ନୂଆ ୨୦୬ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭,୦୬୫ କୁ ବୃଦ୍ଧି ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ ୨,୦୮୭, ସୁସ୍ଥ ହୋଇଛନ୍ତି ୪,୯୪୬ ଓ ମୃତ ସଂଖ୍ୟା ୨୫ କୁ ବୃଦ୍ଧି ହୋଇଛି ।

ଆଜି ଜଣେ ନୂଆ NDRF କର୍ମଚାରୀ କରୋନା ଚିହ୍ନଟ ହୋଇଛନ୍ତି । ପଶ୍ଚିମବଙ୍ଗ ଅମ୍ପନ ମୁକାବିଲା କରି ଫେରିଥିବା NDRF କର୍ମଚାରୀ କରୋନା ପଜିଟିଭ ଚିହ୍ନଟ । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି ।

କେଉଁ ଜିଲାରୁ କେତେ ଚିହ୍ନଟ:

ଆଜି ୨୦୬ ନୂଆ କରୋନା ଆକ୍ରାନ୍ତ ମଧ୍ୟରୁ ମାଲକାନଗିର ଜିଲ୍ଲାରୁ ସର୍ବାଧିକ ୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ପୁଣି ଆଜି ଯାଜପୁର ଜିଲ୍ଲାରୁ ୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । କୋରାପୁଟ ଜିଲ୍ଲାରୁ ୧୮ ଜଣ କରୋନା ପଜିଟିଭ ଚିହ୍ନଟ । କଟକ ଓ ଜଗତସିଂହପୁର ଜିଲ୍ଲାରୁ ୧୭ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗିର ଜିଲ୍ଲାରୁ ୧୬ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ।

ଦେଓଗଡ ଜିଲ୍ଲାରୁ ୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଓ ମୟୁରଭଞ୍ଜ ଜିଲ୍ଲାରୁ ୦୭ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ । ଅନୁଗୁଳ ଓ କେନ୍ଦୁଝର ଜିଲ୍ଲାରୁ ୦୬ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ । ବାଲେଶ୍ୱର ଜିଲ୍ଲାରୁ ୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ଭଦ୍ରକ, ଢେଙ୍କାନାଳ, କେଦ୍ରାପଡା ଓ ସମ୍ବଲପୁର ଜିଲ୍ଲାରୁ ୦୪ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଗଞ୍ଜାମ, ଝାରସୁଗୁଡା ଜିଲ୍ଲାରୁ ୦୩ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ ଜିଲ୍ଲାରୁ ୦୨ ଜଣ ଏବଂ ପୁରୀ, ନୟାଗଡ ଓ ବୌଦ୍ଧ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ।

ଦେଶର କରୋନା ଖବର:

ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୫,୬୭,୪୬୮ କୁ ବୃଦ୍ଧି ହେଇଛି । ଦେଶରେ ମୋଟ ଆକ୍ଟିଭ କେସ ୨,୧୫,୨୩୩, ସୁସ୍ଥ ହୋଇଛନ୍ତି ୩,୩୫,୨୭୧ ଓ ୧୬,୯୦୪ ଜଣଙ୍କର ମୃତ୍ୟୁ ହୋଇଛି ।

ବନ୍ଧୁଗଣ ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପାଇବା ପାଇଁ ଆମର ଏହି ପୋର୍ଟାଲ କୁ ଫୋଲୋ କରନ୍ତୁ । ଯଦି ଏହି ଖବର ଟି ଆପଣଙ୍କ ମନକୁ ପସନ୍ଦ ଆସିଲା ତେବେ ଏହାକୁ ଲାଇକ କରନ୍ତୁ ଓ ସାଙ୍ଗ ମାନଙ୍କୁ ଶେୟର କରନ୍ତୁ ।

About admin

Blog sharing Information & Tips about Travelling Tips, Health Tips, Daily Living Life, Life Style, Trends and more to help people to Enjoy the beautiful Life.

View all posts by admin →

Leave a Reply

Your email address will not be published. Required fields are marked *