ରାଜ୍ୟରେ ଆଜି ୨୨୯ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ଆଉ ୦୨ ଜଣଙ୍କର ମୁଣ୍ଡ ନେଲା କରୋନା ।

ରାଜ୍ୟରେ ଆଜି ୨୨୯ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ଆଉ ୦୨ ଜଣଙ୍କର ମୁଣ୍ଡ ନେଲା କରୋନା, new 229 corona positive case found in odisha, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown, unlock

ରାଜ୍ୟରେ ଆଜି ୨୨୯ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ । ରାଜ୍ୟରେ ଆଜି ଆଉ ୦୨ ଜଣଙ୍କର ମୁଣ୍ଡ ନେଲା କରୋନା । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । ଆଜି ୧୯ ଟି ଜିଲ୍ଲାରୁ ୨୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୭ କୁ ବୃଦ୍ଧି ହୋଇଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୯,୪୭୭ ଜଣ କରୋନା ପଜିଟିଭ ଚିହ୍ନଟ ଓ ୪୩୮ ଜଣ କରୋନାରେ ମୃତ୍ୟୁ ହୋଇଛି । ଦେଶରେ ୬ ଲକ୍ଷ କୁ ଟପିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।

୨୨୯ ନୂଆ କରୋନା ପଜିଟିଭ ମଧ୍ୟରୁ ୧୯୩ କ୍ଵାରେଣ୍ଟାଇନ୍‌ ସେଣ୍ଟରରୁ ଓ ୩୬ ଜଣ ଲୋକାଲ ଚିହ୍ନଟ ହୋଇଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । ଆଜିର ନୂଆ ୨୨୯ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭,୫୪୫ କୁ ବୃଦ୍ଧି ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ ୨,୧୫୭, ସୁସ୍ଥ ହୋଇଛନ୍ତି ୫,୩୫୩ ଓ ମୃତ ସଂଖ୍ୟା ୨୭ କୁ ବୃଦ୍ଧି ହୋଇଛି ।

କେଉଁ ଜିଲାରୁ କେତେ ଚିହ୍ନଟ:

ଆଜି ୨୨୯ ନୂଆ କରୋନା ଆକ୍ରାନ୍ତ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ବାଲେଶ୍ୱର ଜିଲ୍ଲାରୁ ୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ଯାଜପୁର ଜିଲ୍ଲାରୁ ୨୨ ଜଣ ଓ ଖୋର୍ଦ୍ଧା ଜିଲ୍ଲାରୁ ୨୧ ଜଣ କରୋନା ପଜିଟିଭ ଚିହ୍ନଟ । ସୁନ୍ଦରଗଡ ଜିଲ୍ଲାରୁ ୧୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକ ଜିଲ୍ଲାରୁ ୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ।

ବଲାଙ୍ଗିର ଜିଲ୍ଲାରୁ ୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୦୫ ଜଣ ଓ ପୁରୀରୁ ୦୪ ଜଣ କରୋନା ପଜିଟିଭ ଚିହ୍ନଟ । ବୌଦ୍ଧ ଜିଲ୍ଲାରୁ ୦୩ ଜଣ ଓ ମୟୁରଭଞ୍ଜ ଜିଲ୍ଲାରୁ ୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ଅନୁଗୁଳ, ବରଗଡ, ଦେବଗଡ, ଗଜପତି, ଜଗତସିଂହପୁର, କେନ୍ଦୁଝର ଓ କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ।

ଦେଶର କରୋନା ଖବର:

ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୬,୦୫,୧୮୦ କୁ ବୃଦ୍ଧି ହେଇଛି । ଦେଶରେ ମୋଟ ଆକ୍ଟିଭ କେସ ୨,୨୭,୩୭୦, ସୁସ୍ଥ ହୋଇଛନ୍ତି ୩,୫୯,୮୯୬ ଓ ୧୭,୮୪୮ ଜଣଙ୍କର ମୃତ୍ୟୁ ହୋଇଛି । ଦେଶରେ କରୋନା ମୃତ୍ୟୁ ହାର ୦.୧୫ ପ୍ରତିଶତ କୁ ବୃଦ୍ଧି ହୋଇଛି ।

ବନ୍ଧୁଗଣ ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପାଇବା ପାଇଁ ଆମର ଏହି ପୋର୍ଟାଲ କୁ ଫୋଲୋ କରନ୍ତୁ । ଯଦି ଏହି ଖବର ଟି ଆପଣଙ୍କ ମନକୁ ପସନ୍ଦ ଆସିଲା ତେବେ ଏହାକୁ ଲାଇକ କରନ୍ତୁ ଓ ସାଙ୍ଗ ମାନଙ୍କୁ ଶେୟର କରନ୍ତୁ ।

About admin

Blog sharing Information & Tips about Travelling Tips, Health Tips, Daily Living Life, Life Style, Trends and more to help people to Enjoy the beautiful Life.

View all posts by admin →

Leave a Reply

Your email address will not be published. Required fields are marked *