ରାଜ୍ୟରେ ଆଉ ୬୭ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ।

ରାଜ୍ୟରେ ଆଉ ୬୭ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ, 67 new corona case found in odisha, Nitidina, Odisha, Stay home Stay safe, Corona, Covid-19, News

ରାଜ୍ୟରେ ଆଉ ୬୭ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ।

୬୭ କରୋନା ପଜିଟିଭ ମଧ୍ୟ୍ୟରୁ ୬୫ ଜଣ କ୍ଵାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ଆଉ ୨ ଜଣ ଲୋକାଲ କେସ୍ । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛନ୍ତି । ୧୦ ଟି ଜିଲ୍ଲାରୁ ୬୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ।

ନୂଆ ୬୭ ଜଣ ଆକ୍ରନ୍ତଙ୍କ ମଧ୍ୟ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲା ଓ ଯାଜପୁର ଜିଲ୍ଲାରୁ ୧୧ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ । ନୟାଗଡ ଜିଲ୍ଲାରୁ ୦୭ ଜଣ ଓ ସୋନପୁର ଜିଲ୍ଲାରୁ ୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ଜଗତସିଂହପୁର, ବଲାଙ୍ଗିର ଓ ସମ୍ବଲପୁର ଜିଲ୍ଲାରୁ ୦୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କେନ୍ଦୁଝର ଓ ବରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ପଜିଟିଭ ଚିହ୍ନଟ । ରାୟଗଡା ଜିଲ୍ଲାକୁ ଛାଡି ବାକି ସମସ୍ତ ଜିଲ୍ଲାକୁ କରୋନା ଆତଙ୍କ ମାଡ଼ି ସାରିଛି ।

ଓଡିଶାର କରୋନା ଖବର:

ଆଜି ନୂଆ ୬୭ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୬୦ ରେ ପହଁଚିଲା । ରାଜ୍ୟରେ ମୋଟ ଆକ୍ଟିଭ କେସ ୮୪୧ ସୁସ୍ଥ ହୋଇଛନ୍ତି ୮୧୨ ଓ ମୃତ ସଂଖ୍ୟା ୭ ।

ଗଞ୍ଜାମ ଜିଲ୍ଲାରେ ପୁଣି ବଢ଼ିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗଞ୍ଜାମ ଜିଲ୍ଲାରେ ମୋଟ୍ ୩୯୪କୁ ବୃଦ୍ଧି ହୋଇଛି ।
ଖୋର୍ଦ୍ଧା ଜିଲ୍ଲା ମାରିଲା ଶତକ, କରୋନା ଆକ୍ରାନ୍ତ ସଂଖ୍ୟା ୧୦୦ ଟପିଲା । ଖୋର୍ଦ୍ଧା ଜିଲ୍ଲାରେ ମୋଟ୍ ୧୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାଜପୁର ଜିଲ୍ଲାରେ ମୋଟ୍ ୧୫୩ କରୋନା ଆକ୍ରାନ୍ତ ଚିହ୍ନଟ ।

ରାଜ୍ୟରେ ଆଉ ୬୭ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ, 67 new corona case found in odisha, Nitidina, Odisha, Stay home Stay safe, Corona, Covid-19, News
ରାଜ୍ୟରେ ଆଉ ୬୭ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ

ଜଗତସିଂହପୁର ଜିଲ୍ଲାରେ ୪୯ କୁ ପହଁଚିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ବଲାଙ୍ଗୀର ଜିଲ୍ଲାରେ ମୋଟ୍ ୫୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରେ ୫୭ କୁ ବୃଦ୍ଧି ହୋଇଛି କରୋନା ଆକ୍ରାନ୍ତ ସଂଖ୍ୟା ।

ସୋନପୁର ଜିଲ୍ଲାରେ ୦୫ ବୃଦ୍ଧି ହୋଇଥିବା ବେଳେ ବରଗଡ଼ରେ ୦୨ କୁ ପହଂହିଲା କରୋନା ଆକ୍ରାନ୍ତ ସଂଖ୍ୟା । ସମ୍ବଲପୁର ଜିଲ୍ଲାରେ ମୋଟ୍ ୦୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । କେନ୍ଦୁଝର ଜିଲ୍ଲାରେ ୨୧ କୁ ବୃଦ୍ଧି ହୋଇଛନ୍ତି କରୋନା ଆକ୍ରାନ୍ତ ସଂଖ୍ୟା ।

ଦେଶର କରୋନା ଖବର:

ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୧,୫୮,୪୦୫ ରେ ପହଁଚିଲା । ୮୬,୧୧୧ ଜଣ ଚିକିତ୍ସାଧୀନରେ ଅଛନ୍ତି ଏବଂ ୬୭,୭୪୯ ଜଣ ଭଲ ହୋଇ ଘରକୁ ଫେରିଥିବା ବେଳେ ୪,୫୩୪ ଜଣଙ୍କର ମୃତ୍ୟୁ ହୋଇଛି । ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପଢିବା ପାଇଁ ତଳେ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ, ଏହି ପୋଷ୍ଟକୁ ଅଧିକ ଅଧିକ ସେୟାର କରନ୍ତୁ ।

About admin

Blog sharing Information & Tips about Travelling Tips, Health Tips, Daily Living Life, Life Style, Trends and more to help people to Enjoy the beautiful Life.

View all posts by admin →

Leave a Reply

Your email address will not be published. Required fields are marked *