ରାଜ୍ୟରେ ଆଜି ୭୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସୁସ୍ଥ ହେବେ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।
ରାଜ୍ୟରେ ସୁସ୍ଥ ହୋଇଥିବା ୭୨ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୭ ଜଣ ସୁସ୍ଥ ହୋଇଛନ୍ତି । ସୋନପୁର ଜିଲ୍ଲାରୁ ୦୯ ଜଣ ଓ ବଲାଙ୍ଗିର ରୁ ୦୭ ଜଣ ସୁସ୍ଥ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୦୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
କଟକ, କଳାହାଣ୍ଡି ଓ ସୁନ୍ଦରଗଡ ଜିଲ୍ଲାରୁ ୦୫ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ବାଲେଶ୍ୱର ଓ ମୟୁରଭଞ୍ଜ ଜିଲ୍ଲାରୁ ୦୪ ଜଣ ସୁସ୍ଥ ହେଲେ । ଖୋର୍ଦ୍ଧା, କନ୍ଦମାଳା, ସମ୍ବଲପୁର ଓ ଝାରସୁଗୁଡା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ରାଜ୍ୟରେ ମୋଟ୍ କରୋନା ଆରୋଗ୍ୟଙ୍କ ସଂଖ୍ୟା ୨,୩୫୪ କୁ ବୃଦ୍ଧି ହୋଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛନ୍ତି । ସକାଳେ ଆଜି ନୂଆ ୧୧୦ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୫୦ କୁ ବୃଦ୍ଧି ହୋଇଛି, ଆକ୍ଟିଭ କେସ ୯୫୭, ସୁସ୍ଥ ହୋଇଛନ୍ତି ୨,୨୮୨ ଓ ମୃତ ସଂଖ୍ୟା ୦୯ ।
ଦେଶର କରୋନା ଖବର:
ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୨,୮୬,୫୭୯ କୁ ବୃଦ୍ଧି ହୋଇଛି । ୧,୪୧,୦୨୯ ଜଣ ଭଲ ହୋଇ ଘରକୁ ଫେରିଥିବା ବେଳେ ୮,୧୦୨ ଜଣଙ୍କର ମୃତ୍ୟୁ ହୋଇଛି । ଭାରତରେ ଆରୋଗ୍ୟ ହାର ୪୯.୨ ପ୍ରତିଶତ ରେ ପହଁଚିଛି । କରୋନା ତଥ୍ୟ ନେଇ ICMR ର ସୂଚନା । ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପଢିବା ପାଇଁ ତଳେ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ, ଏହି ପୋଷ୍ଟକୁ ଅଧିକ ଅଧିକ ସେୟାର କରନ୍ତୁ । ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପଢିବା ପାଇଁ ତଳେ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ, ଏହି ପୋଷ୍ଟକୁ ଅଧିକ ଅଧିକ ସେୟାର କରନ୍ତୁ ।