କରୋନା କରିଛି ନୂଆ ରେକଡ଼, ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ କୁ ଟପିଲା । ରାଜ୍ୟରେ ଆଜି ୭୧୮ ଜଣ ନୂଆ କରୋନା ପଜିଟିଭ ।

କରୋନା କରିଛି ନୂଆ ରେକଡ଼, ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ କୁ ଟପିଲା । ରାଜ୍ୟରେ ଆଜି ୭୧୮ ଜଣ ନୂଆ କରୋନା ପଜିଟିଭ, Corona create new record in India 10 lakhs crossed corona positive and Odisha has 16000 & 718 today, Nitidina, Odisha, India, Unlock 2.0, Corona , Covid-19

ରାଜ୍ୟରେ ଆଜି ୭୧୮ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ଓ ପୁଣି ଆଜି ଆଉ ୦୪ ମୁଣ୍ଡ ନେଲା କରୋନା । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୩ କୁ ବୃଦ୍ଧି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬,୦୦୦ କୁ ଟପିଲା । ଦେଶରେ ଆଜି ୨୫,୦୦୦ କୁ ଟପିଲା କରୋନା ମୃତ୍ୟୁ ସଂଖ୍ୟା । କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦେଶରେ ୧୦ ଲକ୍ଷ କୁ ଟପିଲା ।

କରୋନା ମୃତକ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୦୨ ଜଣ, ଗଜପତି ଓ ଅନୁଗୁଳରୁ ଜଣେ ଲେଖାଏଁ ମୃତ । ଗଞ୍ଜାମ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୫୦ କୁ ବୃଦ୍ଧି ହୋଇସାରିଲାଣି ।

ଆଜି ୨୪ ଟି ଜିଲ୍ଲାରୁ ୭୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ନୂଆ ୭୧୮ କରୋନା ଆକ୍ରାନ୍ତ ମଧ୍ୟରୁ ୪୭୯ କ୍ଵାରେଣ୍ଟାଇନ୍‌ ସେଣ୍ଟରରୁ ଓ ୨୩୯ ଜଣ ଲୋକାଲ ଚିହ୍ନଟ ହୋଇଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । ରାଜ୍ୟରେ ମାଡିଚାଲିଛି କରୋନା ଆତଙ୍କ । ଏବେ ରାଜ୍ୟରେ ଲୋକାଲ କେସ୍ ବଢିଚାଲିଛି । ଏବେ ପ୍ରଶ୍ନ ଉଠିଛି ରାଜ୍ୟ ସରକାର ଅବହେଳା କରୁଛନ୍ତି କି, ଠିକରେ କାମ ହେଉନି କି ? ଆଗକୁ ଗୋଷ୍ଠୀ ସଂକ୍ରମଣ କୁ କେମିତି ଆୟତ କରିବେ ତାହା ବଡ ପ୍ରଶ୍ନ ଉଠିଛି ?

ଆଜିର ନୂଆ ୭୧୮ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬,୧୧୦ କୁ ବୃଦ୍ଧି ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ ୫,୧୨୪, ସୁସ୍ଥ ହୋଇଛନ୍ତି ୧୦,୮୭୭ ଓ ମୃତ ସଂଖ୍ୟା ୮୩ କୁ ପହଁଚିଛି । କାଲି ରାଜ୍ୟରେ ୪୦୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିଲେ ।

କେଉଁ ଜିଲାରୁ କେତେ ଚିହ୍ନଟ:

ଆଜି ୭୧୮ ନୂଆ କରୋନା ଆକ୍ରାନ୍ତ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ଖୋର୍ଦ୍ଧା ଜିଲ୍ଲାରୁ ୧୫୦, ମାଲକାନଗିରି ୫୪ ଓ କଟକରୁ ୩୨ ଜଣ କରୋନା ପଜିଟିଭ ଚିହ୍ନଟ । କେନ୍ଦୁଝରରୁ ୨୮ ଜଣ ଓ କୋରାପୁଟରୁ ୨୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଝାରସୁଗୁଡାରୁ ୨୪ ଜଣ, ମୟୁରଭଞ୍ଜରୁ ୨୨ ଓ ଗଜପତିରୁ ୨୧ ଜଣ ଆକ୍ରାନ୍ତ ଚିହ୍ନଟ । ରାୟଗଡାରୁ ୧୯ ଜଣ ଓ ଜଗତସିଂହପୁରରୁ ୧୬ ଜଣ ପଜିଟିଭ ଚିହ୍ନଟ । ନୟାଗଡରୁ ୧୩ ଜଣ, ଭଦ୍ରକ ଓ ସୁନ୍ଦରଗଡ ଜିଲ୍ଲାରୁ ୧୦ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ।

ଅନୁଗୁଳ, ବାଲେଶ୍ୱର ଓ ପୁରୀରୁ ୦୯ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ । କନ୍ଧମାଳ ଓ ସମ୍ବଲପୁର ଜିଲ୍ଲାରୁ ୦୭ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ । ଢେଙ୍କାନାଳରୁ ୦୬ ଜଣ ଓ ସୋନପୁର ଜିଲ୍ଲାରୁ ୦୫ ଜଣ କରୋନା ପଜିଟିଭ । କେନ୍ଦ୍ରାପଡା ଓ ବରଗଡ଼ରୁ ୦୪ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନବରଙ୍ଗପୁର ଜିଲ୍ଲାରୁ ଆଜି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ।

ଦେଶର କରୋନା ଖବର:

ଦେଶରେ ୨୪ ଘଣ୍ଟା ମଧ୍ୟରେ ଆଜି ସର୍ବାଧିକ ୩୫,୧୯୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୬୫୦ ଜଣଙ୍କର ମୃତ୍ୟୁ ହୋଇଛି । ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୧୦,୦୫,୬୩୭ କୁ ବୃଦ୍ଧି ହୋଇଛି । ଦେଶରେ ମୋଟ ସୁସ୍ଥ ହୋଇଛନ୍ତି ୬,୩୬,୬୦୨ ଓ ୨୫,୬୦୨ ଜଣଙ୍କର ମୃତ୍ୟୁ ହୋଇଛି । ଦେଶରେ କରୋନା ମୃତ୍ୟୁ ହାର ୦.୩୩ ପ୍ରତିଶତ କୁ ବୃଦ୍ଧି ହୋଇଛି । ଏବେ ଦେଶରେ କରୋନା ମୃତ୍ୟୁ ହାର ପୂର୍ବ ଅପେକ୍ଷା ଧୀରେ ଧୀରେ ବୃଦ୍ଧି ପାଉଛି ।

ବନ୍ଧୁଗଣ ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପାଇବା ପାଇଁ ଆମର ଏହି ପୋର୍ଟାଲ କୁ ଫୋଲୋ କରନ୍ତୁ । ଯଦି ଏହି ଖବର ଟି ଆପଣଙ୍କ ମନକୁ ପସନ୍ଦ ଆସିଲା ତେବେ ଏହାକୁ ଲାଇକ କରନ୍ତୁ ଓ ସାଙ୍ଗ ମାନଙ୍କୁ ଶେୟର କରନ୍ତୁ ।

About admin

Blog sharing Information & Tips about Travelling Tips, Health Tips, Daily Living Life, Life Style, Trends and more to help people to Enjoy the beautiful Life.

View all posts by admin →

Leave a Reply

Your email address will not be published. Required fields are marked *