ରାଜ୍ୟରେ ଆଜି ୫୯୧ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ଓ ଆଉ ୦୩ ମୁଣ୍ଡ ନେଲା କରୋନା ।

ରାଜ୍ୟରେ ଆଜି ୫୯୧ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ଓ ଆଉ ୦୩ ମୁଣ୍ଡ ନେଲା କରୋନା ।, Corona Odisha new 591 corona positive tested and 03 death, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown, Unlock 2.0

ରାଜ୍ୟରେ ଆଜି ୫୯୧ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ଓ ପୁଣି ଆଜି ଆଉ ୦୩ ମୁଣ୍ଡ ନେଲା କରୋନା । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୬ କୁ ବୃଦ୍ଧି ।

କରୋନା ମୃତକ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୦୨ ଜଣ ଓ ଗଜପତିରୁ ଜଣେ ମୃତ । ଗଞ୍ଜାମ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୫୨ କୁ ବୃଦ୍ଧି ହୋଇସାରିଲାଣି ।

ଆଜି ୨୫ ଟି ଜିଲ୍ଲାରୁ ୫୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ନୂଆ ୫୯୧ କରୋନା ଆକ୍ରାନ୍ତ ମଧ୍ୟରୁ ୩୯୪ କ୍ଵାରେଣ୍ଟାଇନ୍‌ ସେଣ୍ଟରରୁ ଓ ୧୯୭ ଜଣ ଲୋକାଲ ଚିହ୍ନଟ ହୋଇଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । ରାଜ୍ୟରେ ମାଡିଚାଲିଛି କରୋନା ଆତଙ୍କ । ଏବେ ରାଜ୍ୟରେ ଲୋକାଲ କେସ୍ ବଢିଚାଲିଛି । ଏବେ ପ୍ରଶ୍ନ ଉଠିଛି ରାଜ୍ୟ ସରକାର ଅବହେଳା କରୁଛନ୍ତି କି, ଠିକରେ କାମ ହେଉନି କି ? ଆଗକୁ ଗୋଷ୍ଠୀ ସଂକ୍ରମଣ କୁ କେମିତି ଆୟତ କରିବେ ତାହା ବଡ ପ୍ରଶ୍ନ ଉଠିଛି ?

ଆଜିର ନୂଆ ୫୯୧ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬,୭୦୧ କୁ ବୃଦ୍ଧି ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ ୫,୨୫୯, ସୁସ୍ଥ ହୋଇଛନ୍ତି ୧୧,୩୩୦ ଓ ମୃତ ସଂଖ୍ୟା ୮୩ କୁ ପହଁଚିଛି । କାଲି ରାଜ୍ୟରେ ୪୫୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିଲେ ।

କେଉଁ ଜିଲାରୁ କେତେ ଚିହ୍ନଟ:

ଆଜି ୫୯୧ ନୂଆ କରୋନା ଆକ୍ରାନ୍ତ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ଖୋର୍ଦ୍ଧା ଜିଲ୍ଲାରୁ ୧୨୧, ଓ କଟକରୁ ୩୮ ଜଣ କରୋନା ପଜିଟିଭ ଚିହ୍ନଟ । ବରଗଡାରୁ ୩୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର, ମୟୁରଭଞ୍ଜ ଓ ନବରଙ୍ଗପୁରରୁ ୨୨ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ।

ସମ୍ବଲପୁରରୁ ୨୦ ଜଣ, ଯାଜପୁରରୁ ୧୯ ଓ ସୁନ୍ଦରଗଡରୁ ୧୮ ଜଣ ଆକ୍ରାନ୍ତ ଚିହ୍ନଟ । ବାଲେଶ୍ୱରରୁ ୧୩ ଜଣ ଓ ନୟାଗଡ଼ରୁ ୧୧ ଜଣ ପଜିଟିଭ ଚିହ୍ନଟ । ଢେଙ୍କାନାଳ ଓ ବଲାଙ୍ଗିର ଜିଲ୍ଲାରୁ ୦୯ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ । କେନ୍ଦ୍ରାପଡା ଓ ମାଲକାନଗିରିରୁ ୦୮ ଜଣ ଲେଖାଏଁ ପଜିଟିଭ ଚିହ୍ନଟ ।

ପୁରୀ ଓ କେନ୍ଦୁଝରରୁ ୦୬ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ । ଝାରସୁଗୁଡା ଓ ବୌଦ୍ଧ ଜିଲ୍ଲାରୁ ୦୫ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ । କୋରାପୁଟରୁ ୦୪ ଜଣ କରୋନା ପଜିଟିଭ । ଦେବଗଡ ଓ ଭଦ୍ରକରୁ ୦୩ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳ ଓ ରାୟଗଡା ଜିଲ୍ଲାରୁ ଆଜି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ।

ଦେଶର କରୋନା ଖବର:

ଦେଶରେ ୨୪ ଘଣ୍ଟା ମଧ୍ୟରେ ଆଜି ସର୍ବାଧିକ ୩୪, ୮୮୪ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୬୭୧ ଜଣଙ୍କର ମୃତ୍ୟୁ ହୋଇଛି । ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୧୦,୪୦,୪୫୭ କୁ ବୃଦ୍ଧି ହୋଇଛି । ଦେଶରେ ମୋଟ ଆକ୍ଟିଭ କେସ ୩,୫୯,୭୦୧, ସୁସ୍ଥ ହୋଇଛନ୍ତି ୬,୫୪,୦୭୮ ଓ ୨୬,୨୮୫ ଜଣଙ୍କର ମୃତ୍ୟୁ ହୋଇଛି । ଦେଶରେ କରୋନା ମୃତ୍ୟୁ ହାର ୦.୩୩ ପ୍ରତିଶତ କୁ ବୃଦ୍ଧି ହୋଇଛି । ଏବେ ଦେଶରେ କରୋନା ମୃତ୍ୟୁ ହାର ପୂର୍ବ ଅପେକ୍ଷା ଧୀରେ ଧୀରେ ବୃଦ୍ଧି ପାଉଛି ।

ବନ୍ଧୁଗଣ ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପାଇବା ପାଇଁ ଆମର ଏହି ପୋର୍ଟାଲ କୁ ଫୋଲୋ କରନ୍ତୁ । ଯଦି ଏହି ଖବର ଟି ଆପଣଙ୍କ ମନକୁ ପସନ୍ଦ ଆସିଲା ତେବେ ଏହାକୁ ଲାଇକ କରନ୍ତୁ ଓ ସାଙ୍ଗ ମାନଙ୍କୁ ଶେୟର କରନ୍ତୁ ।

About admin

Blog sharing Information & Tips about Travelling Tips, Health Tips, Daily Living Life, Life Style, Trends and more to help people to Enjoy the beautiful Life.

View all posts by admin →

Leave a Reply

Your email address will not be published. Required fields are marked *