ଆଜି ରାଜ୍ୟରେ ୧୬୪୩ ନୂଆ କରୋନା ପଜିଟିଭ ଓ ୧୨ ମୁଣ୍ଡ ନେଲା କରୋନା । ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ।

ଆଜି ରାଜ୍ୟରେ ୧୬୪୩ ନୂଆ କରୋନା ପଜିଟିଭ ଓ ୧୨ ମୁଣ୍ଡ ନେଲା କରୋନା । ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ।, Corona Update Odisha new 1643 tested corona positive and 12 deaths , Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown, Unlock 3.0

ଆଜି ରାଜ୍ୟରେ ୧୬୪୩ ନୂଆ କରୋନା ପଜିଟିଭ ଚିହ୍ନଟ । ରାଜ୍ୟରେ ଆଜି ସର୍ବାଧିକ ୧୨ ମୁଣ୍ଡ ନେଲା କରୋନା । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । କରୋନା ଆକ୍ରାନ୍ତ ସଂଖ୍ୟା ରାଜ୍ୟରେ ୪୪ ହଜାରକୁ ଟପିଲା । ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୫୯ କୁ ବୃଦ୍ଧି । ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୪୨ ହଜାରକୁ ଟପିଲା ।

୧୨ ମୃତକଙ୍କ ମଧ୍ୟରୁ ଗଞ୍ଜାମ, କନ୍ଧମାଳ, କେନ୍ଦୁଝର ଓ ଖୋର୍ଦ୍ଧାରୁ ୦୨ ଜଣ ଲେଖାଏଁ ଆକ୍ରାନ୍ତ ମୃତ । ବାଲେଶ୍ୱର, ବରଗଡ଼, ଗଜପତି ଓ ସୁନ୍ଦରଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ମୃତ । ଗଞ୍ଜାମର ମୃତକ ମଧ୍ୟରୁ ଜଣେ ୪୮ ବର୍ଷୀୟ ପୁରୁଷ ଓ ଜଣେ ୬୧ ବର୍ଷୀୟ ମହିଳା । ଖୋର୍ଦ୍ଧା ଜିଲ୍ଲାର ୦୨ ମୃତକରୁ ଜଣେ ଭୁବନେଶ୍ୱରର ୭୧ ବର୍ଷୀୟ ମହିଳା ଓ ଜଣେ ୬୦ ବର୍ଷୀୟ ପୁରୁଷ । ଗଞ୍ଜାମ ଜିଲ୍ଲାରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧୨୫କୁ ବୃଦ୍ଧି ।

ଆଜି ରାଜ୍ୟରେ ୨୮ ଟି ଜିଲ୍ଲାରୁ ୧୬୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ନୂଆ କରୋନା ଆକ୍ରାନ୍ତ ମଧ୍ୟରୁ ୧୦୧୮ କ୍ଵାରେଣ୍ଟାଇନ୍‌ ସେଣ୍ଟରରୁ ଓ ୬୨୫ ଜଣ ଲୋକାଲ ଚିହ୍ନଟ ହୋଇଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । ରାଜ୍ୟରେ ମାଡିଚାଲିଛି କରୋନା ଆତଙ୍କ । ଅନଲକ ୩ ଲାଗୁ ହେବ ପରା ଠାରୁ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୦ ତଳକୁ ଖସୁନି । କେମିତି ଆୟତ କରିବେ ସରକାର ଉଠିଛି ପ୍ରଶ୍ନ ।

ଆଜିର ନୂଆ ୧୬୪୩ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୪,୧୯୩ କୁ ବୃଦ୍ଧି ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ ୧୫,୧୮୯, ସୁସ୍ଥ ହୋଇଛନ୍ତି ୨୮,୬୯୭ ଓ ମୃତ ସଂଖ୍ୟା ୨୫୯ କୁ ପହଁଚିଛି । ଗତକାଲି ରାଜ୍ୟରେ ୧୮୧୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ଆଜି ରାଜ୍ୟରେ ୧୬୪୩ ନୂଆ କରୋନା ପଜିଟିଭ ଓ ୧୨ ମୁଣ୍ଡ ନେଲା କରୋନା । ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ।, Corona Update Odisha new 1643 tested corona positive and 12 deaths , Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown, Unlock 3.0

କେଉଁ ଜିଲାରୁ କେତେ ଚିହ୍ନଟ:

ଆଜି ୧୬୪୩ ନୂଆ କରୋନା ଆକ୍ରାନ୍ତ ମଧ୍ୟରୁ ଗଞ୍ଜାମ ଓ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୭ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ । ରାୟଗଡାରୁ ୧୩୬ ଜଣ ଓ ସୁନ୍ଦରଗଡରୁ ୧୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୧୨, କଟକରୁ ୯୮ ଜଣ ଓ ପୁରୀରୁ ୯୨ ଜଣ କରୋନା ପଜିଟିଭ ଚିହ୍ନଟ । ବାଲେଶ୍ୱରରୁ ୭୩ ଜଣ ଓ କନ୍ଧମାଳରୁ ୫୨ ଜଣ କରୋନା ପଜିଟିଭ ଚିହ୍ନଟ ।

କୋରାପୁଟରୁ ୫୦ ଜଣ ଓ ବଲାଙ୍ଗୀର ଜିଲ୍ଲାରୁ ୪୩ ଜଣ ଆକ୍ରାନ୍ତ ଚିହ୍ନଟ । ନୟାଗଡ ଜିଲ୍ଲାରୁ ୪୦ ଜଣ ଓ ମୟୁରଭଞ୍ଜରୁ ୩୯ ଜଣ ପଜିଟିଭ ଚିହ୍ନଟ । ଢେଙ୍କାନାଳ ଓ ଯାଜପୁର ଜିଲ୍ଲାରୁ ୩୬ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ । ଗଜପତିରୁ ୩୫ ଜଣ ଓ କଳାହାଣ୍ଡିରୁ ୩୦ ଜଣ କରୋନା ପଜିଟିଭ ଚିହ୍ନଟ । ମାଲକାନଗିରିରୁ ୨୭ ଜଣ ଓ ଜଗତସିଂହପୁରରୁ ୨୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଅନୁଗୁଳରୁ ୧୬ ଜଣ ଓ କେନ୍ଦ୍ରାପଡାରୁ ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ବୌଦ୍ଧ ଓ ବରଗଡ଼ ଜିଲ୍ଲାରୁ ୦୭ ଜଣ ଲେଖାଏଁ ପଜିଟିଭ ଚିହ୍ନଟ । ନବରଙ୍ଗପୁରରୁ ୦୫ ଓ କେନ୍ଦୁଝରରୁ ୦୩ ଜଣ ଆକ୍ରାନ୍ତ ଚିହ୍ନଟ । ଭଦ୍ରକ ଓ ଝାରସୁଗୁଡାରୁ ୦୨ ଜଣ ଲେଖାଏଁ ଏବଂ ନୂଆପଡ଼ାରୁ ଜଣେ ଚିହ୍ନଟ ହୋଇଛନ୍ତି ।

COVID-19 Outbreak: No. of positive coronavirus cases in Odisha
Google
ଦେଶର କରୋନା ଖବର:

ଦେଶରେ ୨୪ ଘଣ୍ଟା ମଧ୍ୟରେ ଆଜି ସର୍ବାଧିକ ୬୨,୫୩୮ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୯୦୪ ଜଣଙ୍କର ମୃତ୍ୟୁ ହୋଇଛି । ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୨୦,୯୧,୪୧୬ କୁ ବୃଦ୍ଧି ହୋଇଛି । ଦେଶରେ ମୋଟ ଆକ୍ଟିଭ କେସ ୬,୧୯,୨୫୭, ସୁସ୍ଥ ହୋଇଛନ୍ତି ୧୪,୨୯,୧୦୦ ଓ ୪୨,୬୦୨ ଜଣଙ୍କର ମୃତ୍ୟୁ ହୋଇଛି । ଦେଶରେ କରୋନା ମୃତ୍ୟୁ ହାର ୦.୬୧ ପ୍ରତିଶତ କୁ ବୃଦ୍ଧି ହୋଇଛି ।

ବନ୍ଧୁଗଣ ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପାଇବା ପାଇଁ ଆମର ଏହି ପୋର୍ଟାଲ କୁ ଫୋଲୋ କରନ୍ତୁ । ଯଦି ଏହି ଖବର ଟି ଆପଣଙ୍କ ମନକୁ ପସନ୍ଦ ଆସିଲା ତେବେ ଏହାକୁ ଲାଇକ କରନ୍ତୁ ଓ ସାଙ୍ଗ ମାନଙ୍କୁ ଶେୟର କରନ୍ତୁ ।

About admin

Blog sharing Information & Tips about Travelling Tips, Health Tips, Daily Living Life, Life Style, Trends and more to help people to Enjoy the beautiful Life.

View all posts by admin →

Leave a Reply

Your email address will not be published. Required fields are marked *