ରାଜ୍ୟରେ ଆଜି ୨୦୧୯ ନୂଆ କରୋନା ପଜିଟିଭ ଚିହ୍ନଟ ଓ ୧୪ ମୁଣ୍ଡ ନେଲା କରୋନା । ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ।

Corona Update Odisha new 2019 tested corona positive and 14 deaths, Corona Update, Corona Update Odisha, Covid-19, coronavirus, Odisha, Nitidina

ରାଜ୍ୟରେ ଆଜି ୨୦୧୯ ନୂଆ କରୋନା ପଜିଟିଭ ଚିହ୍ନଟ । ରାଜ୍ୟରେ ଆଜି ୧୪ ମୁଣ୍ଡ ନେଲା କରୋନା । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । କରୋନା ଆକ୍ରାନ୍ତ ସଂଖ୍ୟା ରାଜ୍ୟରେ ୨ ଲକ୍ଷ ୬୮ ହଜାରକୁ ଟପିଲା । ରାଜ୍ୟରେ ଆଜି ୧,୧୩୫ କୁ ପହଁଚିଲା କରୋନା ମୃତ୍ୟୁ ସଂଖ୍ୟା ।

ଆଜି ରାଜ୍ୟରେ ୩୦ ଟି ଜିଲ୍ଲା ଓ ଷ୍ଟେଟ ପୁଲରୁ ୨୦୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ନୂଆ କରୋନା ଆକ୍ରାନ୍ତ ମଧ୍ୟରୁ ୧୧୬୮ କ୍ଵାରେଣ୍ଟାଇନ୍‌ରୁ ଓ ୮୫୧ ଜଣ ଲୋକାଲ କେସ ଚିହ୍ନଟ ହୋଇଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି ।

ଆଜିର ନୂଆ ୨୦୧୯ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୬୮,୩୬୪ କୁ ବୃଦ୍ଧି ହୋଇଛି । ରାଜ୍ୟରେ ମୋଟ ସୁସ୍ଥ ହୋଇଛନ୍ତି ୨,୪୪,୨୨୭, ଆକ୍ଟିଭ କେସ ୨୨,୯୪୯ ଓ ମୃତ ସଂଖ୍ୟା ୧,୧୩୫ କୁ ପହଁଚିଲା । ଗତକାଲି ରାଜ୍ୟରେ ୨୮୪୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

କେଉଁ ଜିଲାରୁ କେତେ ଚିହ୍ନଟ:

ଆଜି ୨୦୧୯ ନୂଆ କରୋନା ଆକ୍ରାନ୍ତ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । କଟକରୁ ୧୫୦ ଜଣ, ଅନୁଗୁଳରୁ ୧୨୯ ଜଣ ଓ ମୟୁରଭଞ୍ଜରୁ ୧୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡରୁ ୯୯ ଜଣ, ନୂଆପଡାରୁ ୯୦ ଜଣ ଓ ବରଗଡ଼ରୁ ୭୭ ଜଣ କରୋନା ପଜିଟିଭ ଚିହ୍ନଟ । ଯାଜପୁରରୁ ୭୩ ଜଣ ଓ ବଲାଙ୍ଗିରରୁ ୭୧ ଜଣ କରୋନା ପଜିଟିଭ ଚିହ୍ନଟ ।

Covid-19 Update Odisha
Google

କଳାହାଣ୍ଡି ଓ ବାଲେଶ୍ୱରରୁ ୬୯ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ । ସୋନପୁରରୁ ୬୮ ଜଣ, ଜଗତସିଂହପୁରରୁ ୬୪ ଜଣ ଓ କେନ୍ଦ୍ରାପଡାରୁ ୬୧ ଜଣ କରୋନା ପଜିଟିଭ ଚିହ୍ନଟ । ନବରଙ୍ଗପୁରରୁ ୬୦ ଜଣ, କେନ୍ଦୁଝରରୁ ୫୮ ଜଣ ଓ ଷ୍ଟେଟ୍ ପୁଲ୍ରୁ ୫୦ ଜଣ ଆକ୍ରାନ୍ତ ଚିହ୍ନଟ । ସମ୍ବଲପୁରରୁ ୫୨ ଜଣ ଓ ଝାରସୁଗୁଡାରୁ ୪୩ ଜଣ କରୋନା ପଜିଟିଭ ଚିହ୍ନଟ । ଭଦ୍ରକ ଓ କୋରାପୁଟରୁ ୪୧ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ।

ନୟାଗଡରୁ ୪୦ ଜଣ, ଢେଙ୍କାନାଳରୁ ୩୮ ଜଣ ଓ ଗଞ୍ଜାମରୁ ୩୩ ଜଣ କରୋନା ପଜିଟିଭ ଚିହ୍ନଟ । କନ୍ଧମାଳରୁ ୩୧ ଜଣ, ପୁରୀରୁ ୩୦ ଜଣ ଓ ରାୟଗଡାରୁ ୨୪ ଜଣ ଆକ୍ରାନ୍ତ ଚିହ୍ନଟ । ମାଲକାନଗିରି ଓ ଦେବଗଡରୁ ୨୦ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ । ବୌଦ୍ଧରୁ ୧୨ ଜଣ ଓ ଗଜପତିରୁ ୦୬ ଜଣ କରୋନା ପଜିଟିଭ ଚିହ୍ନଟ ।

କରୋନା ମୃତ୍ୟୁ ସଂଖ୍ୟା:

୧୪ ମୃତକଙ୍କ ମଧ୍ୟରୁ ଭୁବନେଶ୍ୱରରୁ ସର୍ବାଧିକ ୪ ଜଣ କରୋନା ଆକ୍ରାନ୍ତ ମୃତ । କଟକ ଓ ଜଗତସିଂହପୁର ଜିଲ୍ଲାରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ । ମୟୁରଭଞ୍ଜ, ପୁରୀ ଓ କନ୍ଧମାଳରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁ । ବଲାଙ୍ଗୀରି, ସମ୍ବଲପୁର ଓ ଢେଙ୍କାନାଳରୁ ମଧ୍ୟ ଜଣେ ଲେଖାଏଁ ଆକ୍ରାନ୍ତ ମୃତ ।

Odisha coronavirus cases by October
Google
ଦେଶର କରୋନା ଖବର:

ଦେଶରେ ୨୪ ଘଣ୍ଟା ମଧ୍ୟରେ ଆଜି ୬୧,୮୭୧ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଜି ୧,୦୩୩ ଜଣ କରୋନା ଆକ୍ରାନ୍ତ ମୃତ୍ୟୁ । ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୭୪,୯୪,୫୫୧ କୁ ବୃଦ୍ଧି ହୋଇଛି । ଦେଶରେ ମୋଟ ଆକ୍ଟିଭ କେସ ୭,୮୩,୩୧୧, ସୁସ୍ଥ ହୋଇଛନ୍ତି ୬୫,୯୭,୨୦୯ ଓ ୧,୧୪,୦୩୧ ଜଣଙ୍କର ମୃତ୍ୟୁ ହୋଇଛି । ଦେଶରେ କରୋନା ମୃତ୍ୟୁ ହାର ୧ ପ୍ରତିଶତ କୁ ବୃଦ୍ଧି ହୋଇଛି ।

ବନ୍ଧୁଗଣ ଆପଣ ଏହିପରି ଦେଶବିଦେଶ ଖବର, ଓଡ଼ିଶା ଖବର, କରୋନା ଅପଡେଟ, ମନରୋଞ୍ଜନ୍ ଧର୍ମୀ ବିଷୟ, ଜ୍ୟୋତିଷ ଶାସ୍ତ୍ର, ବାସ୍ତୁଶାସ୍ତ୍ର ବିଷୟରେ ଅଧିକ ଜାଣିବା ପାଇଁ ଆମ ପୋର୍ଟାଲ କୁ ଲାଇକ କରନ୍ତୁ ଓ ଫୋଲୋ କରନ୍ତୁ । ଯଦି ଆପଣଙ୍କୁ ଏହି ଖବରଟି ପସନ୍ଦ ଆସିଲା ତେବେ ଏହାକୁ ଆପଣ ଆପଣଙ୍କ ସାଙ୍ଗସାଥୀ ଙ୍କୁ ସେୟାର କରନ୍ତୁ ଯାହାଫଳରେ ସେ ମଧ୍ୟ ଏ ବିଷୟରେ କିଛି ଜାଣି ପାରିବେ ।

About admin

Blog sharing Information & Tips about Travelling Tips, Health Tips, Daily Living Life, Life Style, Trends and more to help people to Enjoy the beautiful Life.

View all posts by admin →

Leave a Reply

Your email address will not be published. Required fields are marked *