ରାଜ୍ୟରେ ଆଜି ୨୨୪୪ ନୂଆ କରୋନା ପଜିଟିଭ ଚିହ୍ନଟ । ରାଜ୍ୟରେ ଆଜି ୧୦ ମୁଣ୍ଡ ନେଲା କରୋନା । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । କରୋନା ଆକ୍ରାନ୍ତ ସଂଖ୍ୟା ରାଜ୍ୟରେ ୬୨ ହଜାରକୁ ଟପିଲା । ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩୫୩ କୁ ବୃଦ୍ଧି ।
୧୦ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୦୪ କରୋନା ଆକ୍ରାନ୍ତ ମୃତ । ବରଗଡ଼, କଟକ ଓ ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ମୃତ । ପୁରୀ, ରାୟଗଡା ଓ ସୁନ୍ଦରଗଡରୁ ମଧ୍ୟ ଜଣେ ଲେଖାଏଁ ଆକ୍ରାନ୍ତ ମୃତ ।
Covid-19 Report For 16th August
New Positives Cases: 2244
In quarantine: 1390
Local contacts: 854(Details of local contacts will be shared by concerned District Administration)
District Wise Cases
1. Angul: 15
2. Balasore: 142
3. Bargarh: 35
4. Bhadrak: 104
5. Balangir: 37— I & PR Department, Odisha (@IPR_Odisha) August 17, 2020
22. Nawarangpur: 21
23. Nayagarh: 13
24. Nuapada: 9
25. Puri: 68
26. Rayagada: 160
27. Sambalpur: 35
28. Sonepur: 11
29. Sundargarh: 136New Recoveries: 1550
Cumulative Tested: 958929
Positive: 62294
Recovered: 42276
Active Cases: 19612— I & PR Department, Odisha (@IPR_Odisha) August 17, 2020
ଆଜି ରାଜ୍ୟରେ ୨୯ ଟି ଜିଲ୍ଲାରୁ ୨୨୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ନୂଆ କରୋନା ଆକ୍ରାନ୍ତ ମଧ୍ୟରୁ ୧୩୯୦ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୮୫୪ ଜଣ ଲୋକାଲ କେସ ଚିହ୍ନଟ ହୋଇଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । ରାଜ୍ୟରେ ମାଡିଚାଲିଛି କରୋନା ଆତଙ୍କ । ଅନଲକ ୩ ଲାଗୁ ହେବ ପରା ଠାରୁ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୦ ତଳକୁ ଖସୁନି ପୁଣି ଆଜି ୨ ର ଅଧିକ ଚିହ୍ନଟ ହୋଇଛନ୍ତି । କେମିତି ଆୟତ କରିବେ ସରକାର ଉଠିଛି ପ୍ରଶ୍ନ ।
ଆଜିର ନୂଆ ୨୨୪୪ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୨,୨୯୪ କୁ ବୃଦ୍ଧି ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ ୧୯,୬୧୨, ସୁସ୍ଥ ହୋଇଛନ୍ତି ୪୨,୨୭୬ ଓ ମୃତ ସଂଖ୍ୟା ୩୫୩ କୁ ପହଁଚିଛି । ଗତକାଲି ରାଜ୍ୟରେ ୧୫୫୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
କେଉଁ ଜିଲାରୁ କେତେ ଚିହ୍ନଟ:
ଆଜି ୨୨୪୪ ନୂଆ କରୋନା ଆକ୍ରାନ୍ତ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ଗଞ୍ଜାମ ଜିଲ୍ଲାରୁ ୨୪୩ ଜଣ, କଟକରୁ ୧୯୪ ଜଣ ଓ ରାୟଗଡାରୁ ୧୬୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱରରୁ ୧୪୨, ସୁନ୍ଦରଗଡରୁ ୧୩୬ ଜଣ ଓ କନ୍ଧମାଳରୁ ୧୨୧ ଜଣ କରୋନା ପଜିଟିଭ ଚିହ୍ନଟ । ଭଦ୍ରକରୁ ୧୦୪ ଜଣ କରୋନା ପଜିଟିଭ ଚିହ୍ନଟ ।
ମାଲକାନଗିରି ଓ ଯାଜପୁରରୁ ୯୮ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ । କୋରାପୁଟ ଜିଲ୍ଲାରୁ ୯୪ ଜଣ, ମୟୁରଭଞ୍ଜରୁ ୯୧ ଜଣ ଓ ପୁରୀରୁ ୬୮ ଜଣ ପଜିଟିଭ ଚିହ୍ନଟ । କଳାହାଣ୍ଡିରୁ ୬୭ ଜଣ ଓ ବୌଦ୍ଧରୁ ୪୯ ଜଣ କରୋନା ପଜିଟିଭ ଚିହ୍ନଟ । ବଲାଙ୍ଗିରରୁ ୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ସମ୍ବଲପୁର ଓ ବରଗଡ଼ରୁ ୩୫ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
କେନ୍ଦ୍ରାପଡାରୁ ୨୭ ଜଣ, ନବରଙ୍ଗପୁରରୁ ୨୧ ଜଣ ଓ ଢେଙ୍କାନାଳରୁ ୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ଜଗତସିଂହପୁରରୁ ୧୬ ଜଣ ଓ ଅନୁଗୁଳରୁ ୧୫ ଜଣ କରୋନା ପଜିଟିଭ ଚିହ୍ନଟ । ନୟାଗଡ ଓ କେନ୍ଦୁଝରରୁ ୧୩ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ । ଝାରସୁଗୁଡାରୁ ୧୨ ଜଣ, ସୋନପୁରରୁ ୧୧ ଜଣ ଓ ନୂଆପଡାରୁ ୦୯ ଜଣ ଆକ୍ରାନ୍ତ ଚିହ୍ନଟ । ଗଜପତିରୁ ୦୬ ଜଣ କରୋନା ପଜିଟିଭ ଚିହ୍ନଟ ।

ଦେଶର କରୋନା ଖବର:
ଦେଶରେ ୨୪ ଘଣ୍ଟା ମଧ୍ୟରେ ଆଜି ୫୭,୯୮୧ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଜି ୯୬୧ ଜଣ କରୋନା ଆକ୍ରାନ୍ତ ମୃତ୍ୟୁ । ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୨୬, ୪୮,୩୫୩ କୁ ବୃଦ୍ଧି ହୋଇଛି । ଦେଶରେ ମୋଟ ଆକ୍ଟିଭ କେସ ସୁସ୍ଥ ହୋଇଛନ୍ତି ୧୯,୨୦,୨୧୭ ଓ ୫୧,୦୪୫ ଜଣଙ୍କର ମୃତ୍ୟୁ ହୋଇଛି । ଦେଶରେ କରୋନା ମୃତ୍ୟୁ ହାର ୦.୭୦ ପ୍ରତିଶତ କୁ ବୃଦ୍ଧି ହୋଇଛି ।
ବନ୍ଧୁଗଣ ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପାଇବା ପାଇଁ ଆମର ଏହି ପୋର୍ଟାଲ କୁ ଫୋଲୋ କରନ୍ତୁ । ଯଦି ଏହି ଖବର ଟି ଆପଣଙ୍କ ମନକୁ ପସନ୍ଦ ଆସିଲା ତେବେ ଏହାକୁ ଲାଇକ କରନ୍ତୁ ଓ ସାଙ୍ଗ ମାନଙ୍କୁ ଶେୟର କରନ୍ତୁ ।