ରାଜ୍ୟରେ ଆଜି ୨୪୭୦ ନୂଆ କରୋନା ପଜିଟିଭ ଚିହ୍ନଟ ଓ ୧୭ ମୁଣ୍ଡ ନେଲା କରୋନା । ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ।

Corona Update Odisha new 2470 tested corona positive and 17 deaths, Corona Update, Coronavirus, Nitidina, Odisha, Covid-19, Corona

ରାଜ୍ୟରେ ଆଜି ୨୪୭୦ ନୂଆ କରୋନା ପଜିଟିଭ ଚିହ୍ନଟ । ରାଜ୍ୟରେ ଆଜି ୧୭ ମୁଣ୍ଡ ନେଲା କରୋନା । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । କରୋନା ଆକ୍ରାନ୍ତ ସଂଖ୍ୟା ରାଜ୍ୟରେ ୨ ଲକ୍ଷ ୬୨ ହଜାରକୁ ଟପିଲା । ରାଜ୍ୟରେ ଆଜି ୧,୦୮୯ କୁ ପହଁଚିଲା କରୋନା ମୃତ୍ୟୁ ସଂଖ୍ୟା ।

ଆଜି ରାଜ୍ୟରେ ୩୦ ଟି ଜିଲ୍ଲା ଓ ଷ୍ଟେଟ ପୁଲରୁ ୨୪୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ନୂଆ କରୋନା ଆକ୍ରାନ୍ତ ମଧ୍ୟରୁ ୧୪୬୨ କ୍ଵାରେଣ୍ଟାଇନ୍‌ରୁ ଓ ୧୦୦୮ ଜଣ ଲୋକାଲ କେସ ଚିହ୍ନଟ ହୋଇଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି ।

ଆଜିର ନୂଆ ୨୪୭୦ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୬୨,୦୧୧ କୁ ବୃଦ୍ଧି ହୋଇଛି । ରାଜ୍ୟରେ ମୋଟ ସୁସ୍ଥ ହୋଇଛନ୍ତି ୨,୩୫,୭୬୩, ଆକ୍ଟିଭ କେସ ୨୫,୧୦୬ ଓ ମୃତ ସଂଖ୍ୟା ୧,୦୮୯ କୁ ପହଁଚିଲା । ଗତକାଲି ରାଜ୍ୟରେ ୨୭୭୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

କେଉଁ ଜିଲାରୁ କେତେ ଚିହ୍ନଟ:

ଆଜି ୨୪୭୦ ନୂଆ କରୋନା ଆକ୍ରାନ୍ତ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । କଟକରୁ ୧୬୮ ଜଣ, ଅନୁଗୁଳରୁ ୧୭୦ ଜଣ ଓ ସୁନ୍ଦରଗଡରୁ ୧୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୟୁରଭଞ୍ଜରୁ ୧୩୪ ଜଣ, ବାଲେଶ୍ୱରରୁ ୧୦୬ ଜଣ ଓ ବଲାଙ୍ଗିରରୁ ୯୧ ଜଣ କରୋନା ପଜିଟିଭ ଚିହ୍ନଟ । କେନ୍ଦ୍ରାପଡା ଓ ପୁରୀରୁ ୮୭ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ।

ନୂଆପଡାରୁ ୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ଯାଜପୁର ଓ ଷ୍ଟେଟ୍ ପୁଲ୍ରୁ ୭୨ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ । ବୌଦ୍ଧରୁ ୭୦ ଜଣ, ବରଗଡ଼ରୁ ୬୯ ଜଣ ଓ ଭଦ୍ରକରୁ ୬୭ ଜଣ ଆକ୍ରାନ୍ତ ଚିହ୍ନଟ । ଜଗତସିଂହପୁରରୁ ୬୪ ଜଣ, ନବରଙ୍ଗପୁରରୁ ୫୮ ଜଣ ଓ କଳାହାଣ୍ଡିରୁ ୫୫ ଜଣ କରୋନା ପଜିଟିଭ ଚିହ୍ନଟ । ଝାରସୁଗୁଡାରୁ ୫୪ ଜଣ, ସୋନପୁରରୁ ୫୩ ଜଣ ଓ ଢେଙ୍କାନାଳରୁ ୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ।

Corona Update Odisha new 2470 tested corona positive and 17 deaths, Corona Update, Coronavirus, Nitidina, Odisha, Covid-19, Corona
Govt of Odisha

କେନ୍ଦୁଝର ଓ କନ୍ଧମାଳରୁ ୪୨ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ । ଗଞ୍ଜାମରୁ ୩୬ ଜଣ, କୋରାପୁଟରୁ ୩୨ ଜଣ ଓ ରାୟଗଡାରୁ ୩୧ ଜଣ ଆକ୍ରାନ୍ତ ଚିହ୍ନଟ । ମାଲକାନଗିରିରୁ ୩୦ ଜଣ, ନୟାଗଡରୁ ୨୩ ଜଣ କରୋନା ପଜିଟିଭ ଚିହ୍ନଟ । ଦେବଗଡରୁ ୧୨ ଜଣ ଓ ଗଜପତିରୁ ୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ।

କରୋନା ମୃତ୍ୟୁ ସଂଖ୍ୟା:

୧୭ ମୃତକଙ୍କ ମଧ୍ୟରୁ ଭୁବନେଶ୍ୱରରୁ ସର୍ବାଧିକ ୦୪ ଜଣ କରୋନା ଆକ୍ରାନ୍ତ ମୃତ । କଟକରୁ ୦୩ ଜଣ, ଗଞ୍ଜାମ ଓ ସୁନ୍ଦରଗଡରୁ ୦୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁ । ଯାଜପୁର, ବାଲେଶ୍ୱର, ନୟାଗଡ ଓ ବୌଦ୍ଧରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ । ସୁନ୍ଦରଗଡ ଓ କଳାହାଣ୍ଡିରୁ ମଧ୍ୟ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ।

ଦେଶର କରୋନା ଖବର:

ଦେଶରେ ୨୪ ଘଣ୍ଟା ମଧ୍ୟରେ ଆଜି ୬୭,୭୦୮ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଜି ୬୮୦ ଜଣ କରୋନା ଆକ୍ରାନ୍ତ ମୃତ୍ୟୁ । ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୭୩,୦୭,୦୯୭ କୁ ବୃଦ୍ଧି ହୋଇଛି । ଦେଶରେ ମୋଟ ଆକ୍ଟିଭ କେସ ୮,୧୨,୩୯୦ ସୁସ୍ଥ ହୋଇଛନ୍ତି ୬୩,୮୩,୪୪୧ ଓ ୧,୧୧,୨୬୬ ଜଣଙ୍କର ମୃତ୍ୟୁ ହୋଇଛି । ଦେଶରେ କରୋନା ମୃତ୍ୟୁ ହାର ୦.୯୮ ପ୍ରତିଶତ କୁ ବୃଦ୍ଧି ହୋଇଛି ।

Corona Update Odisha new 2470 tested corona positive and 17 deaths
Google

ବନ୍ଧୁଗଣ ଆପଣ ଏହିପରି ଦେଶବିଦେଶ ଖବର, ଓଡ଼ିଶା ଖବର, କରୋନା ଅପଡେଟ, ମନରୋଞ୍ଜନ୍ ଧର୍ମୀ ବିଷୟ, ଜ୍ୟୋତିଷ ଶାସ୍ତ୍ର, ବାସ୍ତୁଶାସ୍ତ୍ର ବିଷୟରେ ଅଧିକ ଜାଣିବା ପାଇଁ ଆମ ପୋର୍ଟାଲ କୁ ଲାଇକ କରନ୍ତୁ ଓ ଫୋଲୋ କରନ୍ତୁ । ଯଦି ଆପଣଙ୍କୁ ଏହି ଖବରଟି ପସନ୍ଦ ଆସିଲା ତେବେ ଏହାକୁ ଆପଣ ଆପଣଙ୍କ ସାଙ୍ଗସାଥୀ ଙ୍କୁ ସେୟାର କରନ୍ତୁ ଯାହାଫଳରେ ସେ ମଧ୍ୟ ଏ ବିଷୟରେ କିଛି ଜାଣି ପାରିବେ ।

About admin

Blog sharing Information & Tips about Travelling Tips, Health Tips, Daily Living Life, Life Style, Trends and more to help people to Enjoy the beautiful Life.

View all posts by admin →

Leave a Reply

Your email address will not be published. Required fields are marked *