ରାଜ୍ୟରେ ଆଜି ୨୬୯୭ ନୂଆ କରୋନା ପଜିଟିଭ ଚିହ୍ନଟ ଓ ୧୭ ମୁଣ୍ଡ ନେଲା କରୋନା । ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ।

Corona Update Odisha new 2697 tested corona positive and 17 deaths, Corona Update, Covid-19, Niridina, Odisha

ରାଜ୍ୟରେ ଆଜି ୨୬୯୭ ନୂଆ କରୋନା ପଜିଟିଭ ଚିହ୍ନଟ । ରାଜ୍ୟରେ ଆଜି ୧୭ ମୁଣ୍ଡ ନେଲା କରୋନା । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । କରୋନା ଆକ୍ରାନ୍ତ ସଂଖ୍ୟା ରାଜ୍ୟରେ ୨ ଲକ୍ଷ ୪୬ ହଜାରକୁ ଟପିଲା । ରାଜ୍ୟରେ ଆଜି ୯୯୧ କୁ ପହଁଚିଲା କରୋନା ମୃତ୍ୟୁ ସଂଖ୍ୟା ।

ଆଜି ରାଜ୍ୟରେ ୩୦ ଟି ଜିଲ୍ଲା ଓ ଷ୍ଟେଟ ପୁଲରୁ ୨୬୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ନୂଆ କରୋନା ଆକ୍ରାନ୍ତ ମଧ୍ୟରୁ ୧୫୭୬ କ୍ଵାରେଣ୍ଟାଇନ୍‌ରୁ ଓ ୧୧୨୧ ଜଣ ଲୋକାଲ କେସ ଚିହ୍ନଟ ହୋଇଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି ।

ଆଜିର ନୂଆ ୨୬୯୭ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୪୬,୮୩୯ କୁ ବୃଦ୍ଧି ହୋଇଛି । ରାଜ୍ୟରେ ମୋଟ ସୁସ୍ଥ ହୋଇଛନ୍ତି ୨,୧୬,୯୮୪, ଆକ୍ଟିଭ କେସ ୨୮,୮୧୧ ଓ ମୃତ ସଂଖ୍ୟା ୯୯୧ କୁ ପହଁଚିଲା । ଗତକାଲି ରାଜ୍ୟରେ ୩୩୨୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

କେଉଁ ଜିଲାରୁ କେତେ ଚିହ୍ନଟ:

ଆଜି ୨୬୯୭ ନୂଆ କରୋନା ଆକ୍ରାନ୍ତ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ।  ଅନୁଗୁଳରୁ ୧୦୭ ଜଣ, ବାଲେଶ୍ୱରରୁ ୧୧୫ ଜଣ ଓ ବରଗଡ଼ରୁ ୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଭଦ୍ରକରୁ ୬୬ ଜଣ, ବଲାଙ୍ଗିରରୁ ୬୨ ଜଣ ଓ ବୌଦ୍ଧରୁ ୩୧ ଜଣ କରୋନା ପଜିଟିଭ ଚିହ୍ନଟ । କଟକରୁ ୨୩୪ ଜଣ, ଦେବଗଡରୁ ୧୫ ଜଣ ଓ ଢେଙ୍କାନାଳରୁ ୪୫ ଜଣ କରୋନା ପଜିଟିଭ ଚିହ୍ନଟ । ଗଜପତିରୁ ୦୮ ଜଣ, ଗଞ୍ଜାମରୁ ୪୫ ଜଣ ଓ ଜଗତସିଂହପୁରରୁ ୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ।

ଯାଜପୁରରୁ ୧୧୮ ଜଣ, ଝାରସୁଗୁଡାରୁ ୭୭ ଜଣ ଓ କଳାହାଣ୍ଡିରୁ ୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । କନ୍ଧମାଳରୁ ୩୪ ଜଣ, କେନ୍ଦ୍ରାପଡାରୁ ୬୯ ଜଣ ଓ କେନ୍ଦୁଝରରୁ ୭୫ ଜଣ ଆକ୍ରାନ୍ତ ଚିହ୍ନଟ । କୋରାପୁଟରୁ ୪୫ ଜଣ, ମାଲକାନଗିରିରୁ ୪୦ ଜଣ ଓ ମୟୁରଭଞ୍ଜରୁ ୧୩୪ ଜଣ କରୋନା ପଜିଟିଭ ଚିହ୍ନଟ । ନବରଙ୍ଗପୁରରୁ ୫୧ ଜଣ, ନୟାଗଡରୁ ୩୮ ଜଣ ଓ ନୂଆପଡାରୁ ୧୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ।

Coronavirus LIVE Updates: Active Cases In India Dip Below 9 Lakh,  Recoveries Cross 59 Lakh
Google

ପୁରୀରୁ ୬୪ ଜଣ, ରାୟଗଡାରୁ ୦୩ ଜଣ ଓ ସମ୍ବଲପୁରରୁ ୧୦୭ ଜଣ କରୋନା ପଜିଟିଭ ଚିହ୍ନଟ । ସୋନପୁରରୁ ୬୯ ଜଣ, ସୁନ୍ଦରଗଡରୁ ୧୨୦ ଜଣ ଓ ଷ୍ଟେଟ୍ ପୁଲ୍ରୁ ୯୪ ଜଣ ଆକ୍ରାନ୍ତ ଚିହ୍ନଟ ।

କରୋନା ମୃତ୍ୟୁ ସଂଖ୍ୟା:

୧୭ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୦୪ ଜଣ ଓ ବାଲେଶ୍ୱରରୁ ୦୩ ଜଣ କରୋନା ଆକ୍ରାନ୍ତ ମୃତ । ପୁରୀ ଓ ମୟୁରଭଞ୍ଜରୁ ୦୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁ । ବରଗଡ଼, କଳାହାଣ୍ଡି ଓ କନ୍ଧମାଳ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ମୃତ । ସୋନପୁର, ମାଲକାନଗିରି ଓ ନୟାଗଡରୁ ମଧ୍ୟ ଜଣେ ଲେଖାଏଁ ଆକ୍ରାନ୍ତ ମୃତ ।

Coronavirus live updates
Google
ଦେଶର କରୋନା ଖବର:

ଦେଶରେ ୨୪ ଘଣ୍ଟା ମଧ୍ୟରେ ଆଜି ୭୦,୪୯୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଜି ୯୬୪ ଜଣ କରୋନା ଆକ୍ରାନ୍ତ ମୃତ୍ୟୁ । ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୬୯,୦୬,୧୫୧ କୁ ବୃଦ୍ଧି ହୋଇଛି । ଦେଶରେ ମୋଟ ଆକ୍ଟିଭ କେସ ୮,୯୩,୫୯୨ ସୁସ୍ଥ ହୋଇଛନ୍ତି ୫୯,୦୬,୦୬୯ ଓ ୧,୦୬,୪୯୦ ଜଣଙ୍କର ମୃତ୍ୟୁ ହୋଇଛି । ଦେଶରେ କରୋନା ମୃତ୍ୟୁ ହାର ୦.୯୨ ପ୍ରତିଶତ କୁ ବୃଦ୍ଧି ହୋଇଛି ।

ବନ୍ଧୁଗଣ ଆପଣ ଏହିପରି ଦେଶବିଦେଶ ଖବର, ଓଡ଼ିଶା ଖବର, କରୋନା ଅପଡେଟ, ମନରୋଞ୍ଜନ୍ ଧର୍ମୀ ବିଷୟ, ଜ୍ୟୋତିଷ ଶାସ୍ତ୍ର, ବାସ୍ତୁଶାସ୍ତ୍ର ବିଷୟରେ ଅଧିକ ଜାଣିବା ପାଇଁ ଆମ ପୋର୍ଟାଲ କୁ ଲାଇକ କରନ୍ତୁ ଓ ଫୋଲୋ କରନ୍ତୁ । ଯଦି ଆପଣଙ୍କୁ ଏହି ଖବରଟି ପସନ୍ଦ ଆସିଲା ତେବେ ଏହାକୁ ଆପଣ ଆପଣଙ୍କ ସାଙ୍ଗସାଥୀ ଙ୍କୁ ସେୟାର କରନ୍ତୁ ଯାହାଫଳରେ ସେ ମଧ୍ୟ ଏ ବିଷୟରେ କିଛି ଜାଣି ପାରିବେ ।

About admin

Blog sharing Information & Tips about Travelling Tips, Health Tips, Daily Living Life, Life Style, Trends and more to help people to Enjoy the beautiful Life.

View all posts by admin →

Leave a Reply

Your email address will not be published. Required fields are marked *