ରାଜ୍ୟରେ ଆଜି ୨୯୯୩ ନୂଆ କରୋନା ପଜିଟିଭ ଚିହ୍ନଟ ଓ ୧୦ କରୋନା ମୃତ । ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ।

ରାଜ୍ୟରେ ଆଜି ୨୯୯୩ ନୂଆ କରୋନା ପଜିଟିଭ ଚିହ୍ନଟ ଓ ୧୦ କରୋନା ମୃତ । ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ।, Corona Update Odisha new 2993 tested corona positive and 10 deaths, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown, Unlock 3.0, Corona Record

ରାଜ୍ୟରେ ଆଜି ୨୯୯୩ ନୂଆ କରୋନା ପଜିଟିଭ ଚିହ୍ନଟ । ରାଜ୍ୟରେ ଆଜି ୪୦୦ କୁ ଟପିଲା କରୋନା ମୃତ୍ୟୁ ସଂଖ୍ୟା । ଆଜି ରାଜ୍ୟରେ ୧୦ ମୁଣ୍ଡ ନେଲା କରୋନା । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । କରୋନା ଆକ୍ରାନ୍ତ ସଂଖ୍ୟା ରାଜ୍ୟରେ ୭୮ ହଜାରକୁ ଟପିଲା । ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୦୯ କୁ ବୃଦ୍ଧି । ଦେଶରେ ୩୦ ଲକ୍ଷକୁ ଟପିଲା କରୋନା ଆକ୍ରାନ୍ତ ସଂଖ୍ୟା ।

୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୦୩ ଜଣ କରୋନା ଆକ୍ରାନ୍ତ ମୃତ । କଟକ ଓ ରାୟଗଡା ଜିଲ୍ଲାରୁ ୦୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ । ବଲାଙ୍ଗିର, ଗଜପତି ଓ ନୟାଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ମୃତ । ଗଞ୍ଜାମର ୦୩ ମୃତକ ୬୦, ୬୧ ଓ ୭୦ ବର୍ଷୀୟ ପୁରୁଷ । କଟକର ୦୨ ମୃତକ ମଧ୍ୟରୁ ଜଣେ ୭୫ ବର୍ଷୀୟ ପୁରୁଷ ଓ ଅନ୍ୟ ଜଣେ ୮୭ ବର୍ଷୀୟ ମହିଳା । ରାୟଗଡା ଜିଲ୍ଲାର ୦୨ ମୃତକ ୫୬ ଓ ୪୫ ବର୍ଷୀୟ ପୁରୁଷ । ବଲାଙ୍ଗିର ଜିଲ୍ଲାର ୪୭ ବର୍ଷୀୟ ବ୍ୟକ୍ତି ଆକ୍ରାନ୍ତ ମୃତ । ନୟାଗଡ଼ର ୫୮ ବର୍ଷୀୟ ଓ ଗଜପତି ଜିଲ୍ଲାର ୪୫ ବର୍ଷୀୟ କରୋନା ଆକ୍ରାନ୍ତ ବ୍ୟକ୍ତି ମୃତ୍ୟୁ । ଗଞ୍ଜାମ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୧୭୪ କୁ ବୃଦ୍ଧି ହୋଇଛି ।

ଆଜି ରାଜ୍ୟରେ ୩୦ ଟି ଜିଲ୍ଲାରୁ ୨୯୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ନୂଆ କରୋନା ଆକ୍ରାନ୍ତ ମଧ୍ୟରୁ ୧୮୭୯ କ୍ଵାରେଣ୍ଟାଇନ୍‌ ସେଣ୍ଟରରୁ ଓ ୧୧୧୪ ଜଣ ଲୋକାଲ କେସ ଚିହ୍ନଟ ହୋଇଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । ରାଜ୍ୟରେ ମାଡିଚାଲିଛି କରୋନା ଆତଙ୍କ । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦୦୦ ତଳକୁ ଖସୁନି ପୁଣି ଆଜି ୨ ହଜାର ଅଧିକ ଚିହ୍ନଟ ହୋଇଛନ୍ତି । ଏବେ ଲୋକାଲ କେସ ଦିନ କୁ ଦିନ ବଢିଚାଲିଛି ।

ଆଜିର ନୂଆ ୨୯୯୩ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୮,୫୩୦ କୁ ବୃଦ୍ଧି ହୋଇଛି । ରାଜ୍ୟରେ ମୋଟ ସୁସ୍ଥ ହୋଇଛନ୍ତି ୫୨,୨୭୬, ଆକ୍ଟିଭ କେସ ୨୫,୭୯୨ ଓ ମୃତ ସଂଖ୍ୟା ୪୦୯ କୁ ପହଁଚିଲା । ଗତକାଲି ରାଜ୍ୟରେ ୧୭୭୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ରାଜ୍ୟରେ ଆଜି ୨୯୯୩ ନୂଆ କରୋନା ପଜିଟିଭ ଚିହ୍ନଟ ଓ ୧୦ କରୋନା ମୃତ । ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ।, Corona Update Odisha new 2993 tested corona positive and 10 deaths, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown, Unlock 3.0, Corona Record

କେଉଁ ଜିଲାରୁ କେତେ ଚିହ୍ନଟ:

ଆଜି ୨୯୯୩ ନୂଆ କରୋନା ଆକ୍ରାନ୍ତ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ଗଞ୍ଜାମ ଜିଲ୍ଲାରୁ ୨୭୧ ଜଣ, କଟକ ଜିଲ୍ଲାରୁ ୧୫୮ ଜଣ ଓ ପୁରୀରୁ ୧୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୟାଗଡରୁ ୧୫୩, ରାୟଗଡାରୁ ୧୩୭ ଜଣ ଓ ଯାଜପୁରରୁ ୧୨୧ ଜଣ କରୋନା ପଜିଟିଭ ଚିହ୍ନଟ । ମୟୁରଭଞ୍ଜରୁ ୧୨୦ ଜଣ, ବାଲେଶ୍ୱରରୁ ୧୧୫ ଜଣ ଓ ସମ୍ବଲପୁରରୁ ୧୦୪ ଜଣ କରୋନା ପଜିଟିଭ ଚିହ୍ନଟ ।

ବରଗଡ଼ରୁ ୯୮ ଜଣ, କୋରାପୁଟରୁ ୯୫ ଓ ଭଦ୍ରକରୁ ୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ମାଲକାନଗିରି ଜିଲ୍ଲାରୁ ୮୫ ଜଣ, ସୁନ୍ଦରଗଡରୁ ୭୦ ଜଣ ଓ ନବରଙ୍ଗପୁରରୁ ୬୮ ଜଣ ପଜିଟିଭ ଚିହ୍ନଟ । କେନ୍ଦୁଝରରୁ ୬୩, ବଲାଙ୍ଗିରରୁ ୬୨ ଜଣ ଓ ଢେଙ୍କାନାଳରୁ ୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । କନ୍ଧମାଳରୁ ୫୮ ଜଣ ଓ ଜଗତସିଂହପୁରରୁ ୪୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଗଜପତି, ଝାରସୁଗୁଡା ଓ କେନ୍ଦ୍ରାପଡାରୁ ୪୩ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ । ସୋନପୁରରୁ ୪୦ ଜଣ, କଳାହାଣ୍ଡିରୁ ୩୬ ଜଣ ଓ ଅନୁଗୁଳରୁ ୨୧ ଜଣ କରୋନା ପଜିଟିଭ ଚିହ୍ନଟ । ନୂଆପଡାରୁ ୧୧ ଜଣ ଆକ୍ରାନ୍ତ ଚିହ୍ନଟ । ବୌଦ୍ଧ ଓ ଦେବଗଡରୁ ୦୯ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ।

Corona Update Odisha, COVID-19 death rate
Google
ଦେଶର କରୋନା ଖବର:

ଦେଶରେ ୨୪ ଘଣ୍ଟା ମଧ୍ୟରେ ଆଜି ୬୯,୨୩୯ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଜି ୯୧୨ ଜଣ କରୋନା ଆକ୍ରାନ୍ତ ମୃତ୍ୟୁ । ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୩୦,୪୬,୮୬୨ କୁ ବୃଦ୍ଧି ହୋଇଛି । ଦେଶରେ ମୋଟ ଆକ୍ଟିଭ କେସ ୭,୦୭,୪୬୩ ସୁସ୍ଥ ହୋଇଛନ୍ତି ୨୨,୮୧,୯୮୨ ଓ ୫୬,୮୬୫ ଜଣଙ୍କର ମୃତ୍ୟୁ ହୋଇଛି । ଦେଶରେ କରୋନା ମୃତ୍ୟୁ ହାର ୦.୭୨ ପ୍ରତିଶତ କୁ ବୃଦ୍ଧି ହୋଇଛି ।

ବନ୍ଧୁଗଣ ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପାଇବା ପାଇଁ ଆମର ଏହି ପୋର୍ଟାଲ କୁ ଫୋଲୋ କରନ୍ତୁ । ଯଦି ଏହି ଖବର ଟି ଆପଣଙ୍କ ମନକୁ ପସନ୍ଦ ଆସିଲା ତେବେ ଏହାକୁ ଲାଇକ କରନ୍ତୁ ଓ ସାଙ୍ଗ ମାନଙ୍କୁ ଶେୟର କରନ୍ତୁ ।

About admin

Blog sharing Information & Tips about Travelling Tips, Health Tips, Daily Living Life, Life Style, Trends and more to help people to Enjoy the beautiful Life.

View all posts by admin →

Leave a Reply

Your email address will not be published. Required fields are marked *