ରାଜ୍ୟରେ ଆଜି ୩୬୧୫ ନୂଆ କରୋନା ପଜିଟିଭ ଚିହ୍ନଟ ଓ ୧୭ ମୁଣ୍ଡ ନେଲା କରୋନା । ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ।

Corona Update Odisha new 3615 tested corona positive and 17 deaths, ରାଜ୍ୟରେ ଆଜି ୩୬୧୫ ନୂଆ କରୋନା ପଜିଟିଭ ଚିହ୍ନଟ ଓ ୧୭ ମୁଣ୍ଡ ନେଲା କରୋନା । ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ, Corona Update, Coronavirus, Covid-19, Nitidina, Odisha

ରାଜ୍ୟରେ ଆଜି ୩୬୧୫ ନୂଆ କରୋନା ପଜିଟିଭ ଚିହ୍ନଟ । ରାଜ୍ୟରେ ଆଜି ୧୭ ମୁଣ୍ଡ ନେଲା କରୋନା । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । କରୋନା ଆକ୍ରାନ୍ତ ସଂଖ୍ୟା ରାଜ୍ୟରେ ୨ ଲକ୍ଷ ୨୨ ହଜାରକୁ ଟପିଲା । ରାଜ୍ୟରେ ଆଜି ୮୫୯ କୁ ପହଁଚିଲା କରୋନା ମୃତ୍ୟୁ ସଂଖ୍ୟା ।

ଆଜି ରାଜ୍ୟରେ ୩୦ ଟି ଜିଲ୍ଲା ଓ ଷ୍ଟେଟ ପୁଲରୁ ୩୬୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ନୂଆ କରୋନା ଆକ୍ରାନ୍ତ ମଧ୍ୟରୁ ୨୧୧୮ କ୍ଵାରେଣ୍ଟାଇନ୍‌ ସେଣ୍ଟରରୁ ଓ ୧୪୯୭ ଜଣ ଲୋକାଲ କେସ ଚିହ୍ନଟ ହୋଇଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି ।

ଆଜିର ନୂଆ ୩୬୧୫ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୨୨,୭୩୪ କୁ ବୃଦ୍ଧି ହୋଇଛି । ରାଜ୍ୟରେ ମୋଟ ସୁସ୍ଥ ହୋଇଛନ୍ତି ୧,୮୫,୭୦୦, ଆକ୍ଟିଭ କେସ ୩୬,୧୨୨ ଓ ମୃତ ସଂଖ୍ୟା ୮୫୯ କୁ ପହଁଚିଲା । ଗତକାଲି ରାଜ୍ୟରେ ୪୨୧୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

କେଉଁ ଜିଲାରୁ କେତେ ଚିହ୍ନଟ:

ଆଜି ୩୬୧୫ ନୂଆ କରୋନା ଆକ୍ରାନ୍ତ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । କଟକରୁ ୩୭୧ ଜଣ, ଷ୍ଟେଟ୍ ପୁଲ୍ ରୁ ୨୪୦ ଜଣ ଓ ପୁରୀରୁ ୧୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୧୮୮ ଜଣ ଓ ଯାଜପୁରରୁ ୧୪୪ ଜଣ କରୋନା ପଜିଟିଭ ଚିହ୍ନଟ । ମୟୁରଭଞ୍ଜ ଓ ମାଲକାନଗିରିରୁ ୧୨୩ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ।

କେନ୍ଦ୍ରାପଡାରୁ ୧୧୯ ଜଣ ଓ କେନ୍ଦୁଝରରୁ ୧୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । କଳାହାଣ୍ଡି ଓ ଝାରସୁଗୁଡାରୁ ୧୦୬ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ । ବାଲେଶ୍ୱରରୁ ୯୬ ଜଣ ଓ ବରଗଡ଼ରୁ ୮୬ କରୋନା ପଜିଟିଭ ଚିହ୍ନଟ । ଜଗତସିଂହପୁରରୁ ୮୩ ଜଣ ଓ ବଲାଙ୍ଗିରରୁ ୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ସମ୍ବଲପୁର ଓ ସୁନ୍ଦରଗଡରୁ ୭୩ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ।

India New Coronavirus Cases: India's Covid
Google

ସୋନପୁରରୁ ୭୦ ଜଣ, ନୂଆପଡାରୁ ୬୬ ଓ ନୂଆଗଡରୁ ୬୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଭଦ୍ରକରୁ ୬୧ ଜଣ, ଢେଙ୍କାନାଳରୁ ୬୦ ଜଣ ଓ କନ୍ଧମାଳରୁ ୫୯ ଜଣ କରୋନା ପଜିଟିଭ ଚିହ୍ନଟ । ନବରଙ୍ଗପୁରରୁ ୫୭ ଜଣ, କୋରାପୁଟରୁ ୪୭ ଜଣ ଓ ଗଞ୍ଜାମରୁ ୪୨ ଜଣ କରୋନା ପଜିଟିଭ ଚିହ୍ନଟ । ରାୟଗଡାରୁ ୩୯, ଗଜପତିରୁ ୨୯, ବୌଦ୍ଧରୁ ୨୦ ଓ ଦେବଗଡରୁ ୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ।

କରୋନା ମୃତ୍ୟୁ ସଂଖ୍ୟା:

୧୭ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୦୪ ଜଣ କରୋନା ଆକ୍ରାନ୍ତ ମୃତ । ନୟାଗଡ ଓ କଟକରୁ ୦୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁ । ଅନୁଗୁଳ, ଢେଙ୍କାନାଳ, ବଲାଙ୍ଗିର, ରାୟଗଡା ଓ ଭଦ୍ରକରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ । ଜଗତସିଂହପୁର, କେନ୍ଦ୍ରାପଡା, ପୁରୀ ଓ କଳାହାଣ୍ଡିରୁ ମଧ୍ୟ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ମୃତ ।

Corona Update Odisha new 3615 tested corona positive and 17 deaths
Google
ଦେଶର କରୋନା ଖବର:

ଦେଶରେ ୨୪ ଘଣ୍ଟା ମଧ୍ୟରେ ଆଜି ୮୬,୮୨୧ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଜି ୧,୧୮୧ ଜଣ କରୋନା ଆକ୍ରାନ୍ତ ମୃତ୍ୟୁ । ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୬୩,୧୨,୫୮୫ କୁ ବୃଦ୍ଧି ହୋଇଛି । ଦେଶରେ ମୋଟ ଆକ୍ଟିଭ କେସ ୯,୪୦,୭୦୫ ସୁସ୍ଥ ହୋଇଛନ୍ତି ୫୨,୭୩,୨୦୨ ଓ ୯୮,୬୭୮ ଜଣଙ୍କର ମୃତ୍ୟୁ ହୋଇଛି । ଦେଶରେ କରୋନା ମୃତ୍ୟୁ ହାର ୦.୮୬ ପ୍ରତିଶତ କୁ ବୃଦ୍ଧି ହୋଇଛି ।

ବନ୍ଧୁଗଣ ଆପଣ ଏହିପରି ଦେଶବିଦେଶ ଖବର, ଓଡ଼ିଶା ଖବର, କରୋନା ଅପଡେଟ, ମନରୋଞ୍ଜନ୍ ଧର୍ମୀ ବିଷୟ, ଜ୍ୟୋତିଷ ଶାସ୍ତ୍ର, ବାସ୍ତୁଶାସ୍ତ୍ର ବିଷୟରେ ଅଧିକ ଜାଣିବା ପାଇଁ ଆମ ପୋର୍ଟାଲ କୁ ଲାଇକ କରନ୍ତୁ ଓ ଫୋଲୋ କରନ୍ତୁ । ଯଦି ଆପଣଙ୍କୁ ଏହି ଖବରଟି ପସନ୍ଦ ଆସିଲା ତେବେ ଏହାକୁ ଆପଣ ଆପଣଙ୍କ ସାଙ୍ଗସାଥୀ ଙ୍କୁ ସେୟାର କରନ୍ତୁ ଯାହାଫଳରେ ସେ ମଧ୍ୟ ଏ ବିଷୟରେ କିଛି ଜାଣି ପାରିବେ ।

About admin

Blog sharing Information & Tips about Travelling Tips, Health Tips, Daily Living Life, Life Style, Trends and more to help people to Enjoy the beautiful Life.

View all posts by admin →

Leave a Reply

Your email address will not be published. Required fields are marked *