ରାଜ୍ୟରେ ଆଜି ୧୪୧ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ।
୧୪୧ କରୋନା ପଜିଟିଭ ମଧ୍ୟରୁ ୧୧୦ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୧୦ ଜଣ ଲୋକାଲ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛନ୍ତି । ୧୮ ଟି ଜିଲ୍ଲାରୁ ୧୫୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ।
ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୨୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ରେ ୨୬ ଜଣ, ନୂଆପଡ଼ାରୁ ୧୯ ଜଣ ଆକ୍ରାନ୍ତ ଚିହ୍ନଟ । କେନ୍ଦ୍ରାପଡା ଜିଲ୍ଲାରୁ ୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ।
ଯାଜପୁର ଜିଲ୍ଲାରୁ ୧୦ ଜଣ, ସୁନ୍ଦରଗଡରୁ ୦୮ ଓ ବଲାଙ୍ଗିର ଜିଲାରୁ ୦୭ କରୋନା ଆକ୍ରାନ୍ତ ଚିହ୍ନଟ । କଟକ ରୁ ୦୬ ଜଣ, ପୁରୀ ରୁ ୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ଜଗତସିଂହପୁର, ଗଜପତି ଓ କେନ୍ଦୁଝର ଜିଲ୍ଲାରୁ ୪ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ । ବାଲେଶ୍ୱର ଓ ଢେଙ୍କାନାଳରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ । ନୟାଗଡ, ମୟୁରଭଞ୍ଜ, ଅନୁଗୁଳ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ।
ଓଡିଶାର କରୋନା ଖବର:
ଆଜି ନୂଆ ୧୪୧ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୫ କୁ ବୃଦ୍ଧି ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ ୯୯୧ ସୁସ୍ଥ ହୋଇଛନ୍ତି ୧୨୪୫ ଓ ମୃତ ସଂଖ୍ୟା ୭ ।

ଦେଶର କରୋନା ଖବର:
ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୧,୯୮,୩୮୨ ରେ ପହଁଚିଲା । ୯୭,୦୦୯ ଜଣ ଚିକିତ୍ସାଧୀନରେ ଅଛନ୍ତି ଏବଂ ୯୫,୭୫୪ ଜଣ ଭଲ ହୋଇ ଘରକୁ ଫେରିଥିବା ବେଳେ ୫,୬୦୮ ଜଣଙ୍କର ମୃତ୍ୟୁ ହୋଇଛି । ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପଢିବା ପାଇଁ ତଳେ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ, ଏହି ପୋଷ୍ଟକୁ ଅଧିକ ଅଧିକ ସେୟାର କରନ୍ତୁ ।