ରାଜ୍ୟରେ ଆଜି ୧୭୪ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ।

ରାଜ୍ୟରେ ଆଜି ୧୭୪ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ, 174 corona positive found in odisha, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown

ରାଜ୍ୟରେ ଆଜି ୧୭୪ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । ୧୮ ଟି ଜିଲ୍ଲାରୁ ଆଜି ୧୭୪ କରୋନା ଆକ୍ରାନ୍ତ ଚିହ୍ନଟ ।

ନୂଆ କରୋନା ପଜିଟିଭ ମଧ୍ୟରୁ ୧୪୬ କ୍ଵାରେଣ୍ଟାଇନ୍‌ ସେଣ୍ଟରରୁ ଓ ୨୮ ଜଣ ଲୋକାଲ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । ଆଜି ନୂଆ ୧୭୪ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୫୧୨ କୁ ବୃଦ୍ଧି ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ ୧,୪୫୧, ସୁସ୍ଥ ହୋଇଛନ୍ତି ୩,୦୪୭ ଓ ମୃତ ସଂଖ୍ୟା ୧୧ ।

ରାଜ୍ୟରେ ଆଉ ୨୧ ଜଣ ଅଗ୍ନିଶମ କର୍ମଚାରୀ କରୋନା ଚିହ୍ନଟ । ପଶ୍ଚିମବଙ୍ଗ ଅମ୍ପନ ମୁକାବିଲା କରି ଫେରିଥିବା ୨୧ ଅଗ୍ନିଶମ କର୍ମଚାରୀ କରୋନା ଚିହ୍ନଟ ।

କେଉଁ ଜିଲାରୁ କେତେ ଚିହ୍ନଟ:

ଆଜି ୧୭୫ ନୂଆ କରୋନା ଆକ୍ରାନ୍ତ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ବାଲେଶ୍ୱର ରୁ ୩୪ ଓ ପୁରୀ ଜିଲ୍ଲାରୁ ୧୬ ଜଣ କରୋନା ପଜିଟିଭ ଚିହ୍ନଟ । ଖୋର୍ଦ୍ଧା ଜିଲ୍ଲାରୁ ୧୦ ଜଣ ଓ ଯାଜପୁର ଜିଲ୍ଲାରୁ ୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନବରଙ୍ଗପୁର ଓ କେନ୍ଦ୍ରପଡ଼ା ଜିଲ୍ଲାରୁ ୦୭ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ।

ରାଜ୍ୟରେ ଆଜି ୧୭୪ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ, 174 corona positive found in odisha, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown

କୋରାପୁଟରୁ ଓ କଳାହାଣ୍ଡି ଜିଲ୍ଲାରୁ ୦୬ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ । କେନ୍ଦୁଝରରୁ ୦୫ ଜଣ ଓ ବରଗଡ଼ରୁ ୦୪ ଜଣ କରୋନା ପଜିଟିଭ ଚିହ୍ନଟ । ସୁନ୍ଦରଗଡ ଓ କନ୍ଧମାଳ ଜିଲ୍ଲାରୁ ୦୩ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବୌଦ୍ଧ ଜିଲ୍ଲାରୁ ୦୨ ଜଣ, ନୂଆପଡା ଓ ବଲାଙ୍ଗିର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ।

ଦେଶର କରୋନା ଖବର:

ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୩,୬୭,୭୦୫ କୁ ବୃଦ୍ଧି ହେଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ ୧,୬୦,୯୬୦, ସୁସ୍ଥ ହୋଇଛନ୍ତି ୧,୯୪,୪୩୮ ଓ ୧୨,୨୬୨ ଜଣଙ୍କର ମୃତ୍ୟୁ ହୋଇଛି । ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପଢିବା ପାଇଁ ତଳେ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ, ଏହି ପୋଷ୍ଟକୁ ଅଧିକ ଅଧିକ ସେୟାର କରନ୍ତୁ ।

About admin

Blog sharing Information & Tips about Travelling Tips, Health Tips, Daily Living Life, Life Style, Trends and more to help people to Enjoy the beautiful Life.

View all posts by admin →

Leave a Reply

Your email address will not be published. Required fields are marked *