ରାଜ୍ୟରେ ଆଜି ୪୯୫ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ଓ ଆଉ ୦୫ ମୁଣ୍ଡ ନେଲା କରୋନା ।

ରାଜ୍ୟରେ ଆଜି ୪୯୫ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ଓ ଆଉ ୦୫ ମୁଣ୍ଡ ନେଲା କରୋନା, 495 corona positive & 05 death in odisha, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown, Unlock 2.0

ରାଜ୍ୟରେ ଆଜି ଆଉ ୦୫ ଜଣଙ୍କର ମୁଣ୍ଡ ନେଲା କରୋନା । ରାଜ୍ୟରେ ଆଜି ୪୯୫ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । ଆଜି ୨୪ ଟି ଜିଲ୍ଲାରୁ ୪୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩୪ କୁ ବୃଦ୍ଧି ହୋଇଛି ।

୪୯୫ ନୂଆ କରୋନା ପଜିଟିଭ ମଧ୍ୟରୁ ୩୫୫ କ୍ଵାରେଣ୍ଟାଇନ୍‌ ସେଣ୍ଟରରୁ ଓ ୧୪୦ ଜଣ ଲୋକାଲ ଚିହ୍ନଟ ହୋଇଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । ଆଜିର ନୂଆ ୪୯୫ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୬୦୧ କୁ ବୃଦ୍ଧି ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ ୨,୮୫୩, ସୁସ୍ଥ ହୋଇଛନ୍ତି ୫,୭୦୫ ଓ ମୃତ ସଂଖ୍ୟା ୩୪ କୁ ପହଁଚିଛି ।

କେଉଁ ଜିଲାରୁ କେତେ ଚିହ୍ନଟ:

ଆଜି ୪୯୫ ନୂଆ କରୋନା ଆକ୍ରାନ୍ତ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ଆଜି ପୁଣି ଗଞ୍ଜାମ ଜିଲ୍ଲାରେ ଦିଶତକ ମାରିଛି କରୋନା । ଖୋର୍ଦ୍ଧା ଜିଲ୍ଲାରେ ୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ସୁନ୍ଦରଗଡ ଜିଲ୍ଲାରୁ ୩୬ ଜଣ କରୋନା ପଜିଟିଭ ଚିହ୍ନଟ । ମୟୁରଭଞ୍ଜ ଜିଲ୍ଲାରୁ ୨୮ ଜଣ ଓ ଅନୁଗୁଳ ଜିଲ୍ଲାରୁ ୨୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ।

ବାଲେଶ୍ୱର ଓ କଟକ ଜିଲ୍ଲାରୁ ୧୩ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଭଦ୍ରକ ଓ ଜଗତସିଂହପୁର ଜିଲ୍ଲାରୁ ୧୨ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ । କେନ୍ଦ୍ରାପଡା ଓ ନବରଙ୍ଗପୁର ଜିଲ୍ଲାରୁ ୧୧ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ । କନ୍ଧମାଳ ଓ ଝାରସୁଗୁଡା ଜିଲ୍ଲାରୁ ୦୮ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ । ଗଜପତି ଜିଲ୍ଲାରୁ ୦୭ କରୋନା ଆକ୍ରାନ୍ତ ଚିହ୍ନଟ । ସମ୍ବଲପୁର ଜିଲ୍ଲାରୁ ୦୬ ଜଣ କରୋନା ପଜିଟିଭ ଚିହ୍ନଟ । କେନ୍ଦୁଝର, କୋରାପୁଟ ଓ ମାଲକାନଗିର ଜିଲ୍ଲାରୁ ୦୫ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ । ଭଦ୍ରକ ଓ ସୋନପୁର ଜିଲ୍ଲାରୁ ୦୨ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ । ଢେଙ୍କାନାଳ, ଯାଜପୁର ଓ ନୟାଗଡ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ।

ଦେଶର କରୋନା ଖବର:

ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୬,୪୯,୫୮୬ କୁ ବୃଦ୍ଧି ହେଇଛି । ଦେଶରେ ମୋଟ ଆକ୍ଟିଭ କେସ ୨,୩୬,୪୫୮, ସୁସ୍ଥ ହୋଇଛନ୍ତି ୩,୯୪,୩୯୦ ଓ ୧୮,୬୭୨ ଜଣଙ୍କର ମୃତ୍ୟୁ ହୋଇଛି । ଦେଶରେ କରୋନା ମୃତ୍ୟୁ ହାର ୦.୧୮ ପ୍ରତିଶତ କୁ ବୃଦ୍ଧି ହୋଇଛି ।

ବନ୍ଧୁଗଣ ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପାଇବା ପାଇଁ ଆମର ଏହି ପୋର୍ଟାଲ କୁ ଫୋଲୋ କରନ୍ତୁ । ଯଦି ଏହି ଖବର ଟି ଆପଣଙ୍କ ମନକୁ ପସନ୍ଦ ଆସିଲା ତେବେ ଏହାକୁ ଲାଇକ କରନ୍ତୁ ଓ ସାଙ୍ଗ ମାନଙ୍କୁ ଶେୟର କରନ୍ତୁ ।

About admin

Blog sharing Information & Tips about Travelling Tips, Health Tips, Daily Living Life, Life Style, Trends and more to help people to Enjoy the beautiful Life.

View all posts by admin →

Leave a Reply

Your email address will not be published. Required fields are marked *