ରାଜ୍ୟରେ ଆଜି ୯୦ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ।
୯୦ କରୋନା ପଜିଟିଭ ମଧ୍ୟରୁ ୭୯ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୧୧ ଜଣ ଲୋକାଲ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛନ୍ତି । ୧୮ ଟି ଜିଲ୍ଲାରୁ ୧୫୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ।
ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୨୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଗଞ୍ଜାମ ଜିଲ୍ଲାରୁ ୨୨ କରୋନା ଆକ୍ରାନ୍ତ ଚିହ୍ନଟ । ଢେଙ୍କାନାଳ ରୁ ୧୦ ଜଣ, ଭଦ୍ରକ ଜିଲ୍ଲାରୁ ୦୯ ଜଣ ଓ ନୟାଗଡ ଜିଲ୍ଲାରୁ ୦୭ ଜଣ କରୋନା ପଜିଟିଭ ଚିହ୍ନଟ ।

ପୁରୀ ରୁ ୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି, ଅନୁଗୁଳ ଓ ବାଲେଶ୍ୱର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ । ସମ୍ବଲପୁର ଓ ବରଗଡ଼ରୁ ମଧ୍ୟ୍ୟ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ।
ଆଜି ନୂଆ ୯୦ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪୭୮ କୁ ବୃଦ୍ଧି ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ ୧୦୫୩ ସୁସ୍ଥ ହୋଇଛନ୍ତି ୧୪୧୬ ଓ ମୃତ ସଂଖ୍ୟା ୭ ।
ଦେଶର କରୋନା ଖବର:
ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୨,୦୭,୯୧୦ କୁ ବୃଦ୍ଧି ହେଇଛି । ୧,୦୧,୭୮୫ ଜଣ ଚିକିତ୍ସାଧୀନରେ ଅଛନ୍ତି ଏବଂ ୧,୦୦,୨୮୫ ଜଣ ଭଲ ହୋଇ ଘରକୁ ଫେରିଥିବା ବେଳେ ୫,୮୨୯ ଜଣଙ୍କର ମୃତ୍ୟୁ ହୋଇଛି । ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପଢିବା ପାଇଁ ତଳେ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ, ଏହି ପୋଷ୍ଟକୁ ଅଧିକ ଅଧିକ ସେୟାର କରନ୍ତୁ ।