ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏନେଇ ଟ୍ୱିଟ୍ କରି ରାଜ୍ୟପାଳ ସୂଚନା ଦେଇଛନ୍ତି। ରାଜ୍ୟପାଳଙ୍କ ପତ୍ନୀ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ତାଙ୍କର ରିପୋର୍ଟ ପଜିଟିଭ୍ ଆସିଥିବା ସୂଚନା ମିଳିଛି । ରାଜ୍ୟପାଳଙ୍କ ରିପୋର୍ଟ ପଜିଟିଭ୍ ଆସିବା ପରେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏହା ସହିତ ରାଜଭବନର ୬ କର୍ମଚାରୀ ମଧ୍ୟ ସଂକ୍ରମିତ ହୋଇଛନ୍ତି । ସମସ୍ତଙ୍କୁ ଘରୋଇ କୋଭିଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।
Hon'ble Governor and first lady have tested corona positive and have advised all who have come in close contact recently to get themselves tested.
— Governor Odisha (@GovernorOdisha) November 2, 2020
ରାଜ୍ୟପାଳ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କରୋନା ଟେଷ୍ଟ କରାଇ ନେବାକୁ ଅନୁରୋଧ କରିଛନ୍ତି ।