ଝଡ଼ତୋଫାନ ଓ ବର୍ଷା ପାଇଁ ପାଣିପାଗ ବିଭାଗ ୨୩ ଜିଲ୍ଲାକୁ ସତର୍କ ସୂଚନା, ଜାଣନ୍ତୁ କେଉଁ କେଉଁ ଜିଲ୍ଲାକୁ ସତର୍କ ସୂଚନା ।

ଝଡ଼ତୋଫାନ ଓ ବର୍ଷା ପାଇଁ ପାଣିପାଗ ବିଭାଗ ୨୩ ଜିଲ୍ଲାକୁ ସତର୍କ ସୂଚନା, ଜାଣନ୍ତୁ କେଉଁ କେଉଁ ଜିଲ୍ଲାକୁ ସତର୍କ ସୂଚନା ।, Thunderstorm and Rain in Odisha 23 districts of odisha alerted, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Rain Rain in Odisha, Heavy Rain in Odisha

ରାଜ୍ୟରେ ବିଭିନ୍ନ ସ୍ଥାନରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ସ୍ୱାଭାବିକ ଥିବା ମୌସୁମୀବାୟୁ ଆହୁରି ସକ୍ରିୟ ହୋଇଛି । ଆଜି ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ସହ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ୨୩ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ ।

ସତର୍କ ସୂଚନା ଜାରି ଜିଲ୍ଲା ଗୁଡ଼ିକ ହେଲା

ବଲାଙ୍ଗିର, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କଟକ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଢେଙ୍କାନାଳ, ଯାଜପୁର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, କନ୍ଧମାଳ, ଅନୁଗୁଳ ଓ ଦେବଗଡ଼ । ଏହାସହ ଭୁବନେଶ୍ୱରରେ ମଧ୍ୟରେ ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲା ପାଇଁ ଭାରତୀୟ ପାଣିପାଗ ବିଭାଗ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରିଛି ।

Thunderstorm and Rain in Odisha 23 districts of odisha alerted
Google

କଟକ ଓ ଭୁବନେଶ୍ୱରେ ମଧ୍ୟ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଥିବାରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଉପର ମୁଣ୍ଡରେ ବର୍ଷା ଯୋଗୁ ଉପକୂଳ ଓଡ଼ିଶାରେ ପ୍ରବାହିତ କେତେକ ନଦୀରେ ବନ୍ୟା ଆଶଙ୍କା ରହିଛି । ବର୍ଷା ଯୋଗୁ ଜଳକା ନଦୀରେ ଜଳସ୍ତର ବଢ଼ିବାରେ ଲାଗିଛି । ସମ୍ଭାବ୍ୟ ବନ୍ୟା ପାଇଁ ସମସ୍ତ ଜିଲ୍ଲାପାଳଙ୍କୁ ଆଲର୍ଟ କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ।

ପ୍ରବଳ ବର୍ଷା ହେବା ଦ୍ୱାରା ପାଣି ଜମିବା, ଆକସ୍ମିକ ବନ୍ୟା ଏବଂ ଭୂସ୍ଖଳନ ନେଇ ଆଲର୍ଟ ଜାରି କରାଯାଇଛି । ଏନେଇ ବିଡିଓ, ତହସିଲଦାର, ଇଞ୍ଜିନିୟରଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ନଦୀ ବନ୍ଧ ପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ଓଡ୍ରାଫ୍ ଏବଂ ଅଗ୍ନିଶମ କର୍ମଚାରୀଙ୍କୁ ଆଲର୍ଟ ରଖିବାକୁ ନିର୍ଦ୍ଦେଶ ମଧ୍ୟ ଦିଆଯାଇଛି ।

Heavy rains in Odisha
Google

ଆସନ୍ତାକାଲିଠୁ ବର୍ଷାର ପରିମାଣ କମିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ତେବେ ଆସନ୍ତା ୨୩ ତାରିଖରୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ବନ୍ଧୁଗଣ ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପାଇବା ପାଇଁ ଆମର ଏହି ପୋର୍ଟାଲ କୁ ଫୋଲୋ କରନ୍ତୁ । ଯଦି ଏହି ଖବର ଟି ଆପଣଙ୍କ ମନକୁ ପସନ୍ଦ ଆସିଲା ତେବେ ଏହାକୁ ଲାଇକ କରନ୍ତୁ ଓ ସାଙ୍ଗ ମାନଙ୍କୁ ଶେୟର କରନ୍ତୁ ।

About admin

Blog sharing Information & Tips about Travelling Tips, Health Tips, Daily Living Life, Life Style, Trends and more to help people to Enjoy the beautiful Life.

View all posts by admin →

Leave a Reply

Your email address will not be published. Required fields are marked *