୧ ତାରିଖରୁ ବର୍ଷାର ପରିମାଣ ବୃଦ୍ଧି ହେବା ସହ ଉପକୂଳ, ଉତ୍ତର ଓ ଆଭ୍ୟନ୍ତରୀଣ ଓଡିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ଆଡକୁ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଅଛି, ଯାହାର ପ୍ରଭାବରେ ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ମଧ୍ୟମରୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି ।
ତେବେ ଆସନ୍ତା ୧୨ ଘଣ୍ଟା ଭିତରେ ପ୍ରବଳ ବର୍ଷାର କୌଣସି ସତର୍କ ସୂଚନା ନାହିଁ । ହେଲେ ଆସନ୍ତାକାଲି ସକାଳେ କେଉଁଝର ଓ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ଏବଂ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଗଜପତି, କନ୍ଧମାଳ, ରାୟଗଡା ଜିଲ୍ଲାରେ ଘଡଘଡି ସହିତ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ନଭେମ୍ବର ୧ ତାରିଖରୁ ବର୍ଷାର ପରିମାଣ ବୃଦ୍ଧି ହେବା ସହ ଉପକୂଳ, ଉତ୍ତର ଓ ଆଭ୍ୟନ୍ତରୀଣ ଓଡିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହପରି ଆସନ୍ତା ୨ ତାରିଖରେ ମଧ୍ୟ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ନଭେମ୍ବର ୩ ତାରିଖରୁ ବର୍ଷାର ପରିମାଣ ଆହୁରି କମି ପାଗରେ ପରିବର୍ତ୍ତନ ଆସିବା ନେଇ ଆକଳନ କରାଯାଇଛି । ତେବେ ଆସନ୍ତା ଚାରି ପାଞ୍ଚ ଦିନ ପର୍ଯ୍ୟନ୍ତ ଲଘୁଚାପ ଭଳି ଲଗାଣ ଓ ମାତ୍ରାଧିକ ବର୍ଷାର ସମ୍ଭାବନା ନାହିଁ ।

ବନ୍ଧୁଗଣ ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପାଇବା ପାଇଁ ଆମର ଏହି ପୋର୍ଟାଲ କୁ ଫୋଲୋ କରନ୍ତୁ । ଯଦି ଏହି ଖବର ଟି ଆପଣଙ୍କ ମନକୁ ପସନ୍ଦ ଆସିଲା ତେବେ ଏହାକୁ ଲାଇକ କରନ୍ତୁ ଓ ସାଙ୍ଗ ମାନଙ୍କୁ ଶେୟର କରନ୍ତୁ ।